Masthead

୫ ମାସ ପରେ ଜେଲରୁ ବାହରିବେ କେଜ୍ରିୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଛି ସୁପ୍ରିମ ଆଶ୍ୱସ୍ତି। ବହୁ ପ୍ରତିକ୍ଷା ପରେ ଆଜି ସୁପ୍ରିମକୋର୍ଟ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଦିଲ୍ଲୀ ଅବକାରୀ ନୀତିରେ ଅର୍ଥ ହେରଫେର ମାମଲାରେ ଜାମିନ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ। ସିବିଆଇ ଦ୍ୱାରା ପଞ୍ଜିକୃତ ହୋଇଥିବା ମାମଲାରେ ଜାମିନ ପ୍ରଦାନ କଲେ ସର୍ବୋଚ୍ଚ ନ୍ୟାୟାଳୟ । ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମାମଲାରେ ଜାମିନ ପାଇଥିଲେ କେଜ୍ରିୱାଲ । ୧୫୬ ଦିନ ପରେ ସେ ଜେଲରୁ ବାହାରିଛନ୍ତି।

କେଜ୍ରିୱାଲ ତାଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଦ୍ୱାରା ପଞ୍ଜିକୃତ ହୋଇଥିବା ଦୁର୍ନୀତି ମାମଲାରେ ଦିଲ୍ଲୀ ହାଇକୋର୍ଟଙ୍କ ଜାମିନ ନାମଞ୍ଜୁର ହେବାରୁ ଦୁଇଟି ପୃଥକ ଆବେଦନ କରିଥିଲେ। ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ ଏକ ବେଞ୍ଚ ଉଭୟ ଆବେଦନ ଉପରେ ଏହି ରାୟ ପ୍ରଦାନ କରିଛି। ଏହି ବେଞ୍ଚରେ ଜଷ୍ଟିସ ଉଜ୍ୱଳ ଭୂୟାଁ ମଧ୍ୟ ସାମିଲ ଅଛନ୍ତି। ସେପ୍ଟେମ୍ବର ୫ରେ କେଜ୍ରିୱାଲଙ୍କ ଆବେଦନ ଉପରେ ଏହି ଖଣ୍ଡପୀଠ ରାୟ ସଂରକ୍ଷିତ ରଖିଥିଲେ। ଏହି ମାମଲାରେ ସିବିଆଇ ଆମ ଆଦମୀ ପାର୍ଟି ମୁଖ୍ୟଙ୍କୁ ଜୁନ ୨୬ରେ ଗିରଫ କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼