Masthead

‘ବିବେକ ଦୃଷ୍ଟିରୁ ନିଷ୍ପତ୍ତି ନେଲି, କିନ୍ତୁ ଦଳ ଯାହା କାମ ଦେବ କରିବି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୁରେଶ କୁମାର ରାଉତରାୟଙ୍କ ବଡ଼ ନିଷ୍ପତ୍ତି । ସବୁ ପଦପଦବୀରୁ ଦେଲେ ଇସ୍ତଫା । ସାନପୁଅ ବିଜେଡିରେ ଯୋଗଦେବା ପରେ ସୁର ରାଉତରାୟ ଏହି ନିଷ୍ପତ୍ତି ନେଇଛନ୍ତି । ଏକ ଚିଠି ଲେଖି ସୁର କହିଛନ୍ତି, ସାନପୁଅ ମନ୍ମଥଙ୍କୁ ଯେତେ ବୁଝାଇଲେ ମଧ୍ୟ ସେ କଥା ନ ରଖି ବିଜେଡିରେ ସାମିଲ ହେଲେ । ଏହା ମୋ ସ୍ୱାଭିମାନ ଓ ଅନ୍ତରାତ୍ମାକୁ ଅଧିକ ଆଘାତ ଦେଇଛି । ଏଣୁ ବିବେକ ଦୃଷ୍ଟିରୁ ସମସ୍ତ କମିଟି ଇସ୍ତଫା ଦେଉଥିବା କହିଛନ୍ତି ସୁର ।

ସମସ୍ତ କମିଟିରୁ ଇସ୍ତଫା ଦେଲେ ମଧ୍ୟ ଦଳରେ ରହିବେ ବୋଲି ସ୍ପଷ୍ଟ କରିଛନ୍ତି ସୁର ।ଜୀବନ ଥିବା ଯାଏଁ କଂଗ୍ରେସରେ ରହିବି ଏବଂ ଦଳ ଯାହା କାମ ଦେବ କରିବି । ମୋ ଭୋଟ ଅନ୍ୟ ଦଳକୁ ଯିବ ନାହିଁ ବୋଲି କହିଛନ୍ତି ସୁର । ଏହାପୂର୍ବରୁ ଆଜି ସୁରଙ୍କ ସାନପୁଅ କ୍ୟାପଟେନ ମନ୍ମଥ ରାଉତରାୟ ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ