Masthead

‘ବିବେକ ଦୃଷ୍ଟିରୁ ନିଷ୍ପତ୍ତି ନେଲି, କିନ୍ତୁ ଦଳ ଯାହା କାମ ଦେବ କରିବି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୁରେଶ କୁମାର ରାଉତରାୟଙ୍କ ବଡ଼ ନିଷ୍ପତ୍ତି । ସବୁ ପଦପଦବୀରୁ ଦେଲେ ଇସ୍ତଫା । ସାନପୁଅ ବିଜେଡିରେ ଯୋଗଦେବା ପରେ ସୁର ରାଉତରାୟ ଏହି ନିଷ୍ପତ୍ତି ନେଇଛନ୍ତି । ଏକ ଚିଠି ଲେଖି ସୁର କହିଛନ୍ତି, ସାନପୁଅ ମନ୍ମଥଙ୍କୁ ଯେତେ ବୁଝାଇଲେ ମଧ୍ୟ ସେ କଥା ନ ରଖି ବିଜେଡିରେ ସାମିଲ ହେଲେ । ଏହା ମୋ ସ୍ୱାଭିମାନ ଓ ଅନ୍ତରାତ୍ମାକୁ ଅଧିକ ଆଘାତ ଦେଇଛି । ଏଣୁ ବିବେକ ଦୃଷ୍ଟିରୁ ସମସ୍ତ କମିଟି ଇସ୍ତଫା ଦେଉଥିବା କହିଛନ୍ତି ସୁର ।

ସମସ୍ତ କମିଟିରୁ ଇସ୍ତଫା ଦେଲେ ମଧ୍ୟ ଦଳରେ ରହିବେ ବୋଲି ସ୍ପଷ୍ଟ କରିଛନ୍ତି ସୁର ।ଜୀବନ ଥିବା ଯାଏଁ କଂଗ୍ରେସରେ ରହିବି ଏବଂ ଦଳ ଯାହା କାମ ଦେବ କରିବି । ମୋ ଭୋଟ ଅନ୍ୟ ଦଳକୁ ଯିବ ନାହିଁ ବୋଲି କହିଛନ୍ତି ସୁର । ଏହାପୂର୍ବରୁ ଆଜି ସୁରଙ୍କ ସାନପୁଅ କ୍ୟାପଟେନ ମନ୍ମଥ ରାଉତରାୟ ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ