Masthead

୩୦ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ପୋଲିସକୁ ମିଳିଲା ବଡ ସଫଳତା । ୮୧ ଲକ୍ଷ ଟଙ୍କାର ପୁରସ୍କାର ଘୋଷିତ ୩୦ ଜଣ ମାଓବାଦୀ ବିଜାପୁର ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଏମାନଙ୍କ ମଧ୍ୟରେ କିଛି ଡିଭିସିଏମ, ଏସିଏମ ଓ ପିଏଲଜିଏ ସଦସ୍ୟ ରହିଛନ୍ତି । ଦୁର୍ଗମ ଅଞ୍ଚଳରେ ସରକାରଙ୍କ ବିକାଶମୂଳକ କାର୍ଯ୍ୟ, ରାସ୍ତା ନିର୍ମାଣ, ପାଣି, ବିଦ୍ୟୁତ ଓ ଅନ୍ୟାନ୍ୟ ଜନ ହିତକର ଯୋଜନା ଗାଁ ଲୋକଙ୍କ ପାଖରେ ପହଞ୍ଚିବା ଆରମ୍ଭ କରିଛି।

ସୁରକ୍ଷା ବାହିନୀର ଗ୍ରାମବାସୀଙ୍କ ସହିତ ସକାରାତ୍ମକ ଆଲୋଚନା, କମ୍ୟୁନିଟି ପୋଲିସି ଅଧୀନରେ ଦିଆଯାଉଥିବା ଜନ କଲ୍ୟାଣକାରୀ ଯୋଜନା ବିଷୟରେ ସୂଚନା ଏବଂ ଛତିଶଗଡ଼ ସରକାରଙ୍କ ଆତ୍ମସମର୍ପଣ ଏବଂ ପୁନର୍ବାସ ନୀତିର ବ୍ୟାପକ ପ୍ରଚାର ଯୋଗୁଁ ସଂଗଠନରୁ ମାଓବାଦୀଙ୍କ ଭ୍ରମ ଦୂର ହୋଇଛି । ଆତ୍ମସମର୍ପଣ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇଥିବା ସମସ୍ତ ମାଓବାଦୀଙ୍କୁ ପ୍ରୋତ୍ସାହନ ସ୍ୱରୂପ ୫୦ ଟଙ୍କାର ଚେକ୍ ପ୍ରଦାନ କରାଯାଇଛି । ପରେ ସେମାନଙ୍କୁ ସରକାରଙ୍କ ନିୟମ ଅନୁସାରେ ସେମାନଙ୍କୁ ଥଇଥାନ କରାଯିବା ବୋଲି ବୋଲି ବିଜାପୁର ଏସପି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର