Masthead

ସୁଖ ଭୋଗିବା ଆଗରୁ ଆଖି ବୁଜିଲେ ସୂର୍ଯ୍ୟ ମାଉସୀ

ରାଇଘର(ବଡ଼ ଖବର ବ୍ୟୁରୋ): ଆଉ ନାହାନ୍ତି ସୂର୍ଯ୍ୟ ହରିଜନ । ଦୀର୍ଘ ବର୍ଷର ସଂଘର୍ଷ ପରେ ଗତକାଲି ଚିରନିଦ୍ରା ସୂର୍ଯ୍ୟ ହରିଜନ । ନବରଙ୍ଗପୁର ଜିଲ୍ଲା ଝରୀଗାଁ ବ୍ଲକ ବାଣୁଆଗୁଡା ପଂଚାୟତ ସଦର ମହକୁମାର ୭୦ବର୍ଷୀୟା ବୃଦ୍ଧା ସୂର୍ଯ୍ୟ ହରିଜନ । ଅସହାୟ ବୃଦ୍ଧା ଦିନେ ଏକ ଭଙ୍ଗା ଚୌକିକୁ ସାହାରା କରି ଦୁଇ ଶହ କିଲୋମିଟର ଚାଲି ବାର୍ଦ୍ଧକ୍ୟ ଭତା ପାଇଁ ଯାଉଥିଲେ । ଯାହା ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଥିଲା ।

ଖବର ପ୍ରସାରଣ ପରେ ପ୍ରଶାସନ ସୂର୍ଯ୍ୟଙ୍କ ଘରେ ପହଂଚି ଏକ ହ୍ଵିଲ ଚେୟାର ଓ ଛଅ ମାସର ପେନସନ ପ୍ରଦାନ କରିବା ସହ ତାଙ୍କର ସମସ୍ତ ସମସ୍ୟାର ସମାଧାନ କରାଯିବ ବୋଲି ପ୍ରତିଶୃତି ଦେଇଥିଲେ । ହେଲେ ଜୀବନରେ ଅନେକ ଯନ୍ତ୍ରଣା ସହିବା ପରେ ଯେତେବେଳେ ସୁଖ ଭୋଗିବାର ସମୟ ଆସିଲା, ସେତେବେଳେ ସେ ସୁଖ ଭୋଗ କରିବାକୁ ସୂର୍ଯ୍ୟ ହରିଜନ ଆଉ ନାହାନ୍ତି । ତାଙ୍କ ମୃତ୍ୟୁରେ ସମସ୍ତେ ଭାଙ୍ଗିପଡ଼ିଥିବା ବେଳେ ଗ୍ରାମରେ ଶୋକର ଛାୟା ଖେଳିଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ