ସୌର୍ଯ୍ୟ ପରୀକ୍ଷଣ ସଫଳ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ପୂର୍ବ ଲଦାଖରେ ଚୀନ-ଭାରତୀୟ ସେନା ମଧ୍ୟରେ ଲାଗିରହିଛି ଛକାପଞ୍ଝା । ଦୁଇଦେଶ ଯୁଦ୍ଧ ପାଇଁ ପ୍ରସ୍ତୁତ । ଚୀନ୍ ସୀମାନ୍ତରେ ସୈନ୍ୟ ଓ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ଠୁଳ କରିଥିବା ବେଳେ ଭାରତ ଆଉ ଏକ ପାଦ ଆଗରେ ରହଛି । ଏଭଳି ପରିସ୍ଥିତିରେ ଭାରତ ଆଜି ସୌର୍ଯ୍ୟ କ୍ଷେପଣାସ୍ତ୍ରର ନୂତନ ସଂସ୍କରଣକୁ ପରୀକ୍ଷା କରିଛି । ଓଡିଶାର ବାଲେଶ୍ୱରସ୍ଥିତ ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିର ୩ନଂ ଲଞ୍ଚପ୍ୟାଡରୁ ଏହାର ପରୀକ୍ଷଣ କରାଯାଇଛି । ଏହି ପରୀକ୍ଷଣ ସଫଳ ହୋଇଛି ବୋଲି ସାମରିକ ବିଶେଷଜ୍ଞମାନେ କହିଛନ୍ତି ।

ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ଏହି କ୍ଷେପଣାସ୍ତ୍ରକୁ ଭାରତୀୟ ସେନାରେ ପୂର୍ବରୁ ସାମିଲ କରାଯାଇସାରିଛି । ଏହି କ୍ଷେପଣାସ୍ତ୍ର ହେଉଛି ପରମାଣୁ କ୍ଷମତା ସମ୍ପନ୍ନ । ଏହା ବାଲାଷ୍ଟିକ୍ କ୍ଷେପଣାସ୍ତ୍ର । ଭୂପୃଷ୍ଠରୁ ଭୂପୃଷ୍ଠକୁ ଲକ୍ଷ୍ୟଭେଦ କରିବାର କ୍ଷମତା ଏହାର ରହିଛି । ସୌର୍ୟ୍ୟ କ୍ଷେପଣାସ୍ତ୍ରର ଏହି ନୂତନ ସଂସ୍କରଣ ୮୦୦ କିଲୋମିଟର ଦୂର ପର୍ଯ୍ୟନ୍ତ ଶତ୍ରୁପକ୍ଷର ରକେଟକୁ ଟାର୍ଗେଟ କରିପାରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!