Masthead

ପବିତ୍ର ରାମ ନବମୀ, ପ୍ରଭୁଙ୍କ ମସ୍ତକରେ ଶୋଭା ପାଇବେ ସୂର୍ଯ୍ୟଦେବ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପବିତ୍ର ରାମନବମୀ । ଅଯୋଧ୍ୟାରେ ରାମଲାଲାଙ୍କ ମନ୍ଦିରରେ ଆଡମ୍ବରରେ ପାଳନ ହେବ ରାମନବମୀ । ନବବଧୂ ଭଳି ସଜେଇ ହୋଇଛି ଭବ୍ୟ ରାମମନ୍ଦିର । ବାଲକରାମଙ୍କ ପ୍ରାଣ ପ୍ରତିଷ୍ଠା ପରେ ପ୍ରଥମ ଥର ଲାଗି ପାଳନ ହେବ ରାମ ନବମୀ । ରାମ ଲାଲାଙ୍କ ଦର୍ଶନ ଲାଗି ଜମୁଛି ପ୍ରବଳ ଭିଡ । ୫ଶହ ବର୍ଷର ପ୍ରତୀକ୍ଷା ପରେ, ଭବ୍ୟ ହେବ ରାମଲାଲାଙ୍କ ଜନ୍ମୋତ୍ସବ । ନବନିର୍ମିତ ରାମମନ୍ଦିରରେ ପ୍ରଥମ ଥର ପାଇଁ ପାଳନ ହେଉଛି ରାମନବମୀ । ଗର୍ଭଗୃହରେ ଦିବ୍ୟ ରୂପରେ ଝଲସିବେ ବାଲକ୍ ରାମ । ରାମ ନବମୀରେ ମନ୍ଦିର ଗର୍ଭଗୃହକୁ ଉଦ୍ଭାସିତ କରିବ ଆସ୍ଥା, କଳ୍ପନା ଓ ବିଜ୍ଞାନର ଅଭୂତପୂର୍ବ ସମ୍ମିଶ୍ରଣ । ଆଜି ମଧ୍ୟାହ୍ନ ୧୨ଟା ସମୟରେ ବାଲକ୍ ରାମ ସୂର୍ୟ୍ୟ ତିଲକରେ ଅଭିଷିକ୍ତ ହେବେ । ୪ ମିନିଟ ଯାଏଁ ସୂର୍ୟ୍ୟ କିରଣରେ ଝଲସିବ ଶ୍ରୀବିଗ୍ରହର ମସ୍ତକରେ ଶୋଭିତ ହୀରା ଓ ମାଣିକ୍ୟ ଖଚିତ ସ୍ୱର୍ଣ୍ଣ ତିଳକ । ଅପ୍ଟି-ମେକାନିକାଲ୍ ସିଷ୍ଟମରେ ସୂର୍ୟ୍ୟାଲୋକକୁ ଗର୍ଭଗୃହ ଯାଏଁ ପଠାଇବାକୁ, ତୃତୀୟ ମହଲା ଉପରେ ଏକ ବଡ଼ ରିଫ୍ଲେକ୍ଟର ବକ୍ସ ଲାଗିଛି ।

ସେଠାରୁ ସୂର୍ୟ୍ୟ କିରଣ ପିତ୍ତଳ ପାଇପ ଭିତରେ ୨ଟି ଦର୍ପଣ ଓ ୩ଟି ଲେନ୍ସ ଦେଇ ଗର୍ଭଗୃହ ଯାଏଁ ଆସିବ । ମଧ୍ୟାହ୍ନ ଆକାଶରେ ସୂର୍ୟ୍ୟ ଯେତେବେଳେ ଠିକ୍ ମୁଣ୍ଡ ଉପରେ ଥିବେ, ସେତେବେଳେ ଦିବ୍ୟ ଆଭା ପ୍ରତିଫଳିତ ହେବ ବାଲକ ରାମଙ୍କ ଲଲାଟ ମଧ୍ୟସ୍ଥଳରେ । ଏହା ଦେଖିବାକୁ ସାରା ଦେଶ ଅପେକ୍ଷା କରିଥିବା ବେଳେ, ଅଗଣିତ ଶ୍ରଦ୍ଧାଳୁଙ୍କର ସମାଗମ ହେଲାଣି ଅଯୋଧ୍ୟା ନଗରୀରେ ।
ମନ୍ଦିରକୁ ବି ଆଲୋକମାଳାରେ ସୁସଜ୍ଜିତ କରାଯାଇଛି । ଅଯୋଧ୍ୟା ରାମମନ୍ଦିର ଗର୍ଭଗୃହକୁ ଓହ୍ଲାଇ ଆସିବେ ସୂର୍ୟ୍ୟ । ରାମ ନବମୀରେ କରିବେ ବାଲକ ରାମଙ୍କ ସୂର୍ୟ୍ୟ ତିଳକ । ସୂର୍ୟ୍ୟ କିରଣରେ ଦିପ୍ତୀମୟ ହେବ ରାମଲାଲାଙ୍କ ଲଲାଟ । ଅପେକ୍ଷା.. ଏପ୍ରିଲ ୧୭, ଦିନ ୧୨ଟାର ଦିବ୍ୟ ମୁହୂର୍ତ୍ତକୁ । ଦୀର୍ଘ ୫ ଶହ ବର୍ଷ ପରେ ମହାଆଡ଼ମ୍ବରରେ ପାଳିତ ହେବାକୁ ଯାଉଛି ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଜନ୍ମୋତ୍ସବ- ରାମ ନବମୀ । ଆଜି ଠିକ୍ ଦିନ ୧୨ଟାରେ ସୂର୍ୟ୍ୟ ତିଳକ ଲଗାଇ ପ୍ରକଟ ହେବେ ରାମଲାଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ