Masthead

ଆତ୍ମହତ୍ୟା କରିଛନ୍ତି ସୁଶାନ୍ତ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ଲାଗି ରହିଛି ସସପେନ୍ସ । ଏମ୍ସ ଡାକ୍ତରୀ ପ୍ୟାନେଲ ଦଳର ସୂଚନା ମୁତାବକ ସୁଶାନ୍ତ ଆତ୍ମହତ୍ୟା କରିଛନ୍ତି । ମୃତ୍ୟୁ ରହସ୍ୟକୁ ନେଇ ଦୀର୍ଘଦିନ ହେବ ଲାଗି ରହିଥିବା ସସପେନ ଉପରୁ ଆଜି ଏକ ପ୍ରକାର ପରଦା ହଟିଛି । ତିନୋଟି ଟିମ ସୁଶାନ୍ତଙ୍କ ମୃତ୍ୟୁ ଘଟଣାକୁ ନେଇ ତଦନ୍ତ ଜାରି ରଖିଥିଲା । ଆଜି ବି ସୁଶାନ୍ତଙ୍କ ଫ୍ୟାନ, ପରିବାର ଲୋକ ଏବଂ ତାଙ୍କ ଓକିଲ ଆତ୍ମହତ୍ୟାକୁ ସହଜରେ ହଜମ କରି ପାରି ନାହାନ୍ତି । ସେମାନେ ଯୁକ୍ତି ବାଢ଼ୁଛନ୍ତି କି ସୁଶାନ୍ତଙ୍କ ଗଳା ଚିପି କିମ୍ବା ବିଷ ଦେଇ ହତ୍ୟା କରାଯାଇଛି । ଡାକ୍ତରୀ ପ୍ୟାନେଲର ରିପୋର୍ଟ ଆସିବା ପରେ ସିବିଆଇ ଆତ୍ମହତ୍ୟା ଦିଗରେ ତଦନ୍ତ ଆରମ୍ଭ କରିବ ବୋଲି ସୂଚନା ମିଳୁଛି । ସେପଟେ ସୁଶାନ୍ତଙ୍କ ମୃତ୍ୟୁ ମାମଲାକୁ ନେଇ ସୋସିଆଲ ମିଡିଆରେ ହଟଚମଟ ଏଯାବତ ଥମିବାର ନାଁ ଧରୁନି । ତାଙ୍କ ମୃତ୍ୟୁ ପରେ ବଲିଉଡରେ ଡ୍ରଗ୍ସ ମାମଲାର ଗୁମର ଖୋଲିଛି । ରିପୋର୍ଟ ଆସିବା ପରେ ଏବେ ସାଧାରଣ ଲୋକଙ୍କ ମନରେ ଉଠିଛି ଅନେକ ପ୍ରଶ୍ନ । କାହିଁକି ଆତ୍ମହତ୍ୟା କଲେ ସୁଶାନ୍ତ? ଆତ୍ମହତ୍ୟା କରିବାକୁ ପ୍ରବର୍ତ୍ତାଇଲା କିଏ?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା