Masthead

ଆତ୍ମହତ୍ୟା କରିଛନ୍ତି ସୁଶାନ୍ତ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ଲାଗି ରହିଛି ସସପେନ୍ସ । ଏମ୍ସ ଡାକ୍ତରୀ ପ୍ୟାନେଲ ଦଳର ସୂଚନା ମୁତାବକ ସୁଶାନ୍ତ ଆତ୍ମହତ୍ୟା କରିଛନ୍ତି । ମୃତ୍ୟୁ ରହସ୍ୟକୁ ନେଇ ଦୀର୍ଘଦିନ ହେବ ଲାଗି ରହିଥିବା ସସପେନ ଉପରୁ ଆଜି ଏକ ପ୍ରକାର ପରଦା ହଟିଛି । ତିନୋଟି ଟିମ ସୁଶାନ୍ତଙ୍କ ମୃତ୍ୟୁ ଘଟଣାକୁ ନେଇ ତଦନ୍ତ ଜାରି ରଖିଥିଲା । ଆଜି ବି ସୁଶାନ୍ତଙ୍କ ଫ୍ୟାନ, ପରିବାର ଲୋକ ଏବଂ ତାଙ୍କ ଓକିଲ ଆତ୍ମହତ୍ୟାକୁ ସହଜରେ ହଜମ କରି ପାରି ନାହାନ୍ତି । ସେମାନେ ଯୁକ୍ତି ବାଢ଼ୁଛନ୍ତି କି ସୁଶାନ୍ତଙ୍କ ଗଳା ଚିପି କିମ୍ବା ବିଷ ଦେଇ ହତ୍ୟା କରାଯାଇଛି । ଡାକ୍ତରୀ ପ୍ୟାନେଲର ରିପୋର୍ଟ ଆସିବା ପରେ ସିବିଆଇ ଆତ୍ମହତ୍ୟା ଦିଗରେ ତଦନ୍ତ ଆରମ୍ଭ କରିବ ବୋଲି ସୂଚନା ମିଳୁଛି । ସେପଟେ ସୁଶାନ୍ତଙ୍କ ମୃତ୍ୟୁ ମାମଲାକୁ ନେଇ ସୋସିଆଲ ମିଡିଆରେ ହଟଚମଟ ଏଯାବତ ଥମିବାର ନାଁ ଧରୁନି । ତାଙ୍କ ମୃତ୍ୟୁ ପରେ ବଲିଉଡରେ ଡ୍ରଗ୍ସ ମାମଲାର ଗୁମର ଖୋଲିଛି । ରିପୋର୍ଟ ଆସିବା ପରେ ଏବେ ସାଧାରଣ ଲୋକଙ୍କ ମନରେ ଉଠିଛି ଅନେକ ପ୍ରଶ୍ନ । କାହିଁକି ଆତ୍ମହତ୍ୟା କଲେ ସୁଶାନ୍ତ? ଆତ୍ମହତ୍ୟା କରିବାକୁ ପ୍ରବର୍ତ୍ତାଇଲା କିଏ?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ