https://youtu.be/fGPy4VYpyxw
ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇ ବରିଷ୍ଠ ନେତାଙ୍କ ଉପରୁ ହଟିଲା ନିଲମ୍ବନ। ବିଧାୟକ ମହମ୍ମଦ ମୋକିମଙ୍କ ଓ ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ବାଳଙ୍କ ଉପରୁ ନିଲମ୍ବନ ହଟିଲା । ଉଭୟଙ୍କ ନିଲମ୍ବନ ହଟିବା ନେଇ ପ୍ରଭାରୀ ଅଜୟ କୁମାରଙ୍କ ସୂଚନା । ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ସଗରିଆ ମଧ୍ୟ ଦଳକୁ ଫେରିଲେ। ୧୫ ଜୁଲାଇ ୨୦୨୩ରେ ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ ବିଶ୍ୱାଳଙ୍କୁ ଦଳରୁ ନିଲମ୍ବନ କରାଯାଇଥିଲା ।
ସୂଚନା ଭବନରେ ଆୟୋଜିତ ‘ଜାନକୀ ବସନ୍ତ ଯୋଡି ଓଡ଼ିଶା ରାଜନୀତିର ସୁବର୍ଣ୍ଣ ଯୁଗ’ ଶୀର୍ଷକ ଆଲୋଚନାରେ ଯୋଗଦେଇ ଉଭୟ ଦଳ ବିରୋଧୀ ମନ୍ତବ୍ୟ ଦେଇଥିବାର ଅଭିଯୋଗ ହୋଇଥିଲା । ଏଥିପାଇଁ ଏଆଇସିସି ଶୃଙ୍ଖଳା କମିଟି ଉଭୟଙ୍କୁ ନିଲମ୍ବନ କରିଥିଲା । ସେହିପରି କୋରାପୁଟର ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ସଗରିଆଙ୍କୁ ୧୯ ଜାନୁଆରୀ ୨୦୧୯ରେ ଦଳ ବିରୋଧୀ କାର୍ୟ୍ୟ ଅଭିଯୋଗରେ ବହିଷ୍କାର କରାଯାଇଥିଲା ।