କୋଏମ୍ବାଟୁରରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): କୋଏମ୍ବାଟୁରରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ । ୩ ଦିନ ପରେ ଗାଁରେ ପହଞ୍ଚିଲା ମୃତଦେହ । ମୃତ ଶ୍ରମିକ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ମହାଜନଗୁଡା ଗାଁର ମହେନ୍ଦ୍ର ବେଶ୍ରା । କୋଏମ୍ବାଟୁରର କାଦୁବାଟି ପାଦିୟମ ଜଗନ୍ନାଥ ଟେକ୍ସ ଟାଇଲରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ । ସେଠାରେ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଦେହ ଉଦ୍ଧାର କରି ଠିକାସଂସ୍ଥା ପକ୍ଷରୁ ଆମ୍ବୁଲାନ୍ସ ଯୋଗେ ଗାଁକୁ ପଠାଯାଇଛି । ତେବେ କ୍ଷତିପୂରଣ ଦାବିରେ ପରିବାର ପକ୍ଷରୁ ମହାଜନଗୁଡା ନିକଟ ଜାତୀୟ ରାଜପଥ ଅବରୋଧ । ଫଳରେ ଭବାନୀପାଟଣା ଜୟପୁର ମଧ୍ୟରେ ଯାତାୟାତ ବାଧାପ୍ରାପ୍ତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ