ବିବାହ ବନ୍ଧନରେ ବାନ୍ଧି ହେବେ ସମର୍ଥ-ସ୍ୱଧା

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ଦ୍ୱିତୀୟ ଇନିଂସ ଆରମ୍ଭ କରିବେ ଆଉ ଦୁଇ ଜିଲ୍ଲାପାଳ । ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସ ଓ ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ବିବାହକୁ ନେଇ ଚର୍ଚ୍ଚା ଥମି ନାହିଁ । ଏବେ ପୁରୀ ଓ ରାୟଗଡ଼ା ଜିଲ୍ଲାପାଳଙ୍କ ବିବାହକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଗଲାଣି । ପୁରୀ ଜିଲ୍ଲାପାଳ ଓ ରାୟଗଡ଼ା ଜିଲ୍ଲାପାଳ ଖୁବଶୀଘ୍ର ଆରମ୍ଭ କରିବାକୁ ଯାଉଛନ୍ତି ଦ୍ୱିତୀୟ ଇନିଂସ । ଏହି ଜ୍ୟେଷ୍ଠରେ ସ୍ୱଧା ଦେବ ସିଂହଙ୍କ ମଥାରେ ସିନ୍ଦୂର ଦେବେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା । ବାରଣାସୀରେ ଏହି ଦୁଇ ଜିଲ୍ଲାପାଳ ବିବାହ ବନ୍ଧନରେ ଆବଦ୍ଧ ହେବେ ।

ଏହା ହେବ ଉଭୟଙ୍କ ଦ୍ୱିତୀୟ ବିବାହ । ସମର୍ଥ ବର୍ମା ପୂର୍ବରୁ ଆଇଆରଏସ ସୂଚୀ ସିଂହଙ୍କୁ ବିବାହ କରିଥିଲେ । ରାୟଗଡ଼ା ଜିଲ୍ଲାପାଳ ସ୍ୱଧାଦେବ ମଧ୍ୟ ପୂର୍ବରୁ ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ହାତ ଧରିଥିଲେ । ଅର୍ଥାତ ସ୍ୱଧା ଥିଲେ ଚଞ୍ଚଳ ରାଣାଙ୍କ ପ୍ରଥମ ପତ୍ନୀ । କୌଣସି କାରଣରୁ ଚଞ୍ଚଳ ଓ ସ୍ୱଧାଙ୍କ ବିବାହ ବିଚ୍ଛେଦ ହୋଇଥିଲା । ସେହିପରି ସମର୍ଥ ବର୍ମା ସମ୍ବଲପୁର ଜିଲ୍ଲାପାଳ ଥିଲାବେଳେ ପତ୍ନୀ ସୂଚୀଙ୍କ ସହ ବିବାହ ବିଚ୍ଛେଦ ହୋଇଥିଲା ।

ପରେ ସୂଚୀ ଝାଡ଼ଖଣ୍ଡର ଜଣେ ଆଇଏଏସଙ୍କୁ ବିବାହ କରିଥିଲେ । ଚଞ୍ଚଳ ଏବେ ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସଙ୍କୁ ବିବାହ କରୁଛନ୍ତି । ସମର୍ଥ ବର୍ମା ପୁରୀ ଜିଲ୍ଲାପାଳ ହେବା ପୂର୍ବରୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ , ବିଏମସି କମିଶନର , ସମ୍ବଲପୁର ଜିଲ୍ଲାପାଳ, ରାୟଗଡ଼ାର ପିଡ଼ିଡ଼ିଆରଡ଼ିଏ ଭାବେ କାର୍ଯ୍ୟ କରିଛନ୍ତି । ସେହିପରି ସ୍ୱଧା ଦେବ ସିଂହ ରାୟଗଡ଼ା ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ରାଉରକେଲା ଅତିରିକ୍ତ ଜିଲ୍ଲାପାଳ, ନୂଆପଡ଼ା ଜିଲ୍ଲାପାଳ ଭାବେ କାର୍ଯ୍ୟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’