Masthead

ଆଜି ଅବଶିଷ୍ଟ ବିଧାୟକଙ୍କ ଶପଥ ଗ୍ରହଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାକୟଙ୍କ ଶପଥ ଉତ୍ସବ । ଦ୍ୱିତୀୟ ଦିନରେ ଶପଥ ନେବେ ଆଉ ନବ ନିର୍ବାଚିତ ୪୫ ବିଧାୟକ । ଦାଖଲ ହେବ ବାଚସ୍ପତି ପଦ ପାଇଁ ନାମାଙ୍କନ । ଆସନ୍ତାକାଲି ରହିଛି ବାଚସ୍ପତି ନିର୍ବାଚନ। ରଣପୁର ବିଧାୟିକା ସୁରମା ପାଢୀଙ୍କୁ ବାଚସ୍ପତି ପଦ ପାଇଁ ବିଜେପି ପ୍ରାର୍ଥୀ କରିବାର ଯଥେଷ୍ଟ ସମ୍ଭାବନା ରହିଛି। କାଲିଠୁ ଆରମ୍ଭ ହୋଇଛି ଶପଥ ସମାରୋହ ।

ଆଜି ଅବଶିଷ୍ଟ ବିଧାୟକ ଶପଥ ଗ୍ରହଣ କରିବେ । ବିରୋଧୀ ଦଳ ବାଚସ୍ପତି ପଦ ପାଇଁ କାହାକୁ ପ୍ରାର୍ଥୀ କରିବେ କି ନାହିଁ ତାହା ଉପରେ ନଜର ରହିଛି । ଗତକାଲି ପ୍ରଥମ ଦିନରେ ୧୦୨ ବିଧାୟକ ଶପଥ ନେଇଥିଲେ। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ ବିଧାୟକ ମାନଙ୍କୁ ଶପଥ ପାଠ କରାଇଥିଲେ। ଗୃହର ସଭ୍ୟ ଭାବେ ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ପରେ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ କ୍ୟାବିନେଟ ମନ୍ତ୍ରୀ ଓ ପରେ ବିଧାୟକ ଶପଥ ନେଇଥିଲେ।

ଚଳିତ ବିଧାନସଭାକୁ ରେକର୍ଡ ୮୨ ଜଣ ବିଧାୟକ ପ୍ରଥମ ଥର ନିର୍ବାଚିତ ହୋଇଛନ୍ତି। ତିନି ଦିନିଆ ଅଧିବେଶନ ପାଇଁ ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । କେବଳ ପାସଧାରୀ ବ୍ୟକ୍ତିଙ୍କୁ ବିଧାନସଭାକୁ ପ୍ରବେଶ ଅନୁମତି ରହିଛି । ସୁରକ୍ଷା ଦାୟିତ୍ୱରେ ୭୫ ପୋଲିସ ଅଧିକାରୀଙ୍କ ସହ ଆଠ ପ୍ଲାଟୁନ ପୋଲିସ ମୁତୟନ କରାଯାଇଛି । ନିଜେ ପୋଲିସ କମିଶନର ସୁରକ୍ଷା ଦାୟିତ୍ୱ ସମ୍ଭାଳିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ