Masthead

ଅଷ୍ଟ୍ରେଲିଆକୁ ହରାଇ ସେମିଫାଇନାଲରେ ପହଞ୍ଚିଲା ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସେମିଫାଇନାଲରେ ଟିମ୍ ଇଣ୍ଡିଆ । ସେଣ୍ଟ ଲୁସିଆସ୍ଥିତ ଡାରେନ ସାମି ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପର ଶେଷ ସୁପର-୮ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୨୪ ରନ୍‌ରେ ପରାସ୍ତ କରି ଭାରତ ଅପରାଜୟ ଭାବେ ସେମିଫାଇନାଲରେ ପହଞ୍ଚିଛି।ସେମି-ଫାଇନାଲରେ ଭାରତର ମୁକାବିଲା ଇଂଲଣ୍ଡ ସହ ହେବେ। ଆସନ୍ତା ୨୭ ତାରିଖରେ ଏହି ମ୍ୟାଚ ଖେଲାଯିବ।ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।

ଫଳରେ ଆମନ୍ତ୍ରଣ ପାଇ ଭାରତ ବ୍ୟାଟିଂ କରିଥିଲା। ଅଧିନାୟକ ରୋହିତ ଶର୍ମାଙ୍କ ଦମ୍‌ଦାର ୯୨ ରନ୍‌ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୨୦୫ ରନ୍‌ କରିଛି। ଯବାବରେ ଅଷ୍ଟ୍ରେଲିଆ ୨୦ ଓଭରରେ ୭ ଉଇକେଟ ହରାଇ ୧୮୧ ରନ୍‌ କରିବାରେ ସକ୍ଷମ ହୋଇଥିଲା। ଅଧିନାୟକ ରୋହିତ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ବୋଲରଙ୍କ ମିଳିତ ଅବଦାନ ବଳରେ ଭାରତ ଟି୨୦ କ୍ରିକେଟ ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା