ଅଷ୍ଟ୍ରେଲିଆକୁ ହରାଇ ସେମିଫାଇନାଲରେ ପହଞ୍ଚିଲା ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସେମିଫାଇନାଲରେ ଟିମ୍ ଇଣ୍ଡିଆ । ସେଣ୍ଟ ଲୁସିଆସ୍ଥିତ ଡାରେନ ସାମି ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପର ଶେଷ ସୁପର-୮ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୨୪ ରନ୍‌ରେ ପରାସ୍ତ କରି ଭାରତ ଅପରାଜୟ ଭାବେ ସେମିଫାଇନାଲରେ ପହଞ୍ଚିଛି।ସେମି-ଫାଇନାଲରେ ଭାରତର ମୁକାବିଲା ଇଂଲଣ୍ଡ ସହ ହେବେ। ଆସନ୍ତା ୨୭ ତାରିଖରେ ଏହି ମ୍ୟାଚ ଖେଲାଯିବ।ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।

ଫଳରେ ଆମନ୍ତ୍ରଣ ପାଇ ଭାରତ ବ୍ୟାଟିଂ କରିଥିଲା। ଅଧିନାୟକ ରୋହିତ ଶର୍ମାଙ୍କ ଦମ୍‌ଦାର ୯୨ ରନ୍‌ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୨୦୫ ରନ୍‌ କରିଛି। ଯବାବରେ ଅଷ୍ଟ୍ରେଲିଆ ୨୦ ଓଭରରେ ୭ ଉଇକେଟ ହରାଇ ୧୮୧ ରନ୍‌ କରିବାରେ ସକ୍ଷମ ହୋଇଥିଲା। ଅଧିନାୟକ ରୋହିତ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ବୋଲରଙ୍କ ମିଳିତ ଅବଦାନ ବଳରେ ଭାରତ ଟି୨୦ କ୍ରିକେଟ ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ