Masthead

ଟି-୨୦ ବିଶ୍ୱକପ, ମୁହାଁମୁହିଁ ହେବେ ଭାରତ ଓ ଇଂଲଣ୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଟି-୨୦ ବିଶ୍ୱକପ ଦ୍ୱିତୀୟ ସେମିଫାଇନାଲ ମୁକାବିଲାରେ ଆଜି ମୁହାଁମୁହିଁ ହେବେ ଭାରତ ଓ ଇଂଲଣ୍ଡ । ମୁମ୍ୱାଇର ୱାଙ୍ଖେଡ଼ ଷ୍ଟାଡିୟମରେ ହେବ ଏହି ହାଇଭୋଲଟେଜ ମ୍ୟାଚ। ରାତି ୭ଟାରେ ମ୍ୟାଚ ଆରମ୍ଭ ହେବ । ଆଜିର ମ୍ୟାଚରେ ବିଜୟୀ ଟିମ ସିଧା ଫାଇନାଲ ଖେଳିବ । ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ହରାଇ ନ୍ୟୁଜିଲାଣ୍ଡ ଫାଇନାଲକୁ ପ୍ରବେଶ କରିସାରିଛି । ଆଜିର ମ୍ୟାଚ କେବଳ ମୁକାବିଲା ନୁହେଁ ପୁରୁଣା ପ୍ରତିଶୋଧ ନେବାର ଅବସର ମଧ୍ୟ ଉଭୟ ଦଳ ପାଇଁ ଆଣି ଦେଇଛି ।

ଲଗାତାର ତୃତୀୟ ଥର ପାଇଁ ଭାରତ ଓ ଇଂଲଣ୍ଡ ଟି-୨୦ ସେମିଫାଇନରେ ମୁହାଁମୁହିଁ ହେଉଛନ୍ତି । ଏହାପୂର୍ବରୁ ୨୦୨୨ ଓ ୨୦୨୪ ଟି-୨୦ ବିଶ୍ୱକପ ସେମିଫାଇନାଲରେ ଦୁଇ ଦଳ ମୁହାଁମୁହିଁ ହୋଇସାରିଛନ୍ତି । ଟି-୨୦ ସେମିଫାଇନାଲ ମୁକାବିଲାରେ ଦୁଇ ଦଳର ରେକର୍ଡ ୧-୧ରେ ବରାବର ରହିଛି । ଟି-୨୦ ବିଶ୍ୱକପରେ ଉଭୟ ଟିମ ଷଷ୍ଠ ଥର ପାଇଁ ସେମିଫାଇନାଲ ଖେଳୁଛନ୍ତି । ତେଣୁ ଆଜିର ମ୍ୟାଚ ରୋମାଞ୍ଚକର ହେବ ବୋଲି ଦର୍ଶକ ଆଶା ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶିଖରଚଣ୍ଡୀ ପାହାଡ଼ରେ ପୁଣି ଦନ୍ତା ଆତଙ୍କ 🔴 ସୁବର୍ଣ୍ଣରେଖାରୁ ବାହାରିଲା ଦ୍ଵିତୀୟ ବିଶ୍ୱଯୁଦ୍ଧ ସମୟର ବୋମା 🔴 ଇସ୍ରାଏଲ ଏବଂ ଲେବାନନ୍ ମଧ୍ୟରେ ୧୦ ଦିନିଆ ଯୁଦ୍ଧବିରତି 🔴 ୪୪ ଡିଗ୍ରୀ ମୁହାଁ ହେଲାଣି ପାରଦ 🔴 ମାଓବାଦୀ ଗୁଳିରେ ୫ ଯବାନ ଆହତ 🔴 ତେହେରାନରେ ପାକ୍ ସେନା ମୁଖ୍ୟ 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ବିହାରରେ ଆଜିଠୁ ସମ୍ରାଟ ସରକାର 🔴 ମୃତ୍ୟୁର ୨ ଦିନ ପରେ ବି ଶବକୁ ମିଳୁନି ଶ୍ମଶାନ 🔴 ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ 🔴 ଶିଖରଚଣ୍ଡୀ ପାହାଡ଼ରେ ପୁଣି ଦନ୍ତା ଆତଙ୍କ 🔴 ସୁବର୍ଣ୍ଣରେଖାରୁ ବାହାରିଲା ଦ୍ଵିତୀୟ ବିଶ୍ୱଯୁଦ୍ଧ ସମୟର ବୋମା 🔴 ଇସ୍ରାଏଲ ଏବଂ ଲେବାନନ୍ ମଧ୍ୟରେ ୧୦ ଦିନିଆ ଯୁଦ୍ଧବିରତି 🔴 ୪୪ ଡିଗ୍ରୀ ମୁହାଁ ହେଲାଣି ପାରଦ 🔴 ମାଓବାଦୀ ଗୁଳିରେ ୫ ଯବାନ ଆହତ 🔴 ତେହେରାନରେ ପାକ୍ ସେନା ମୁଖ୍ୟ 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ବିହାରରେ ଆଜିଠୁ ସମ୍ରାଟ ସରକାର 🔴 ମୃତ୍ୟୁର ୨ ଦିନ ପରେ ବି ଶବକୁ ମିଳୁନି ଶ୍ମଶାନ 🔴 ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ