Masthead

ଟି-୨୦ ବିଶ୍ୱକପ: ଆଫଗାନିସ୍ତାନକୁ ଭେଟିବ ଟିମ୍ ଇଣ୍ଡିଆ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଟି-ଟ୍ୱେଣ୍ଟି ବିଶ୍ୱକପରେ ଆଜି ଆଫଗାନିସ୍ତାନକୁ ଭେଟିବ ଟିମ୍ ଇଣ୍ଡିଆ । ଏହି ମ୍ୟାଚ ବିରାଟ କୋହଲିଙ୍କ ଟିମ୍ ପାଇଁ ଆତ୍ମସମ୍ମାନର ମ୍ୟାଚ୍ ପାକିସ୍ତାନ ଓ ନ୍ୟୁଜିଲାଣ୍ଡଠାରୁ ଶୋଚନୀୟ ପରାସ୍ତ ହେବା ପରେ ଆଜି ଆଫଗାନିସ୍ତାନକୁ ଭେଟିବ ଦଳ । ଏହି ଦଳର ନେଟ୍ ରନ୍ ରେଟ୍ ଗ୍ରୁପ୍-୨ରେ ସବୁଠୁ ଭଲ ରହିଛି। ଆଉ ଗୋଟିଏ ବିଜୟ ହାସଲ କଲେ ଆଫ୍‌ଗାନିସ୍ତାନ ମଧ୍ୟ ସେମିଫାଇନାଲ୍ ଯିବାର ସମ୍ଭାବନା ରହିଛି । ଭାରତକୁ ସେମିଫାଇନାଲରେ ପହଞ୍ଚିବାକୁ ହେଲେ ଶେଷ ତିନୋଟି ମ୍ୟାଚରେ ବଡ଼ ବ୍ୟବଧାନରେ ବିଜୟୀ ହେବାକୁ ପଡ଼ିବ ।

କାରଣ ଦୁଇଟି ମ୍ୟାଚ୍ ହାରିବା ପରେ ଭାରତର ରନରେଟ୍ -୧.୬୦୯ ରହିଛି । ଖାଲି ସେତିକି ନୁହେଁ, ଭାରତର ସେମିଫାଇନାଲ ସ୍ୱପ୍ନ ଏବେ ସମ୍ପୂର୍ଣ୍ଣରୂପେ ଅନ୍ୟ ମ୍ୟାଚ ଗୁଡ଼ିକ ଉପରେ ନିର୍ଭର କରୁଛି । ବିଶେଷକରି ଆଫଗାନିସ୍ତାନ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ ଭାରତ ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି । ଯଦି ଏହି ମ୍ୟାଚରେ ଆଫଗାନିସ୍ତାନ ହାରିଯାଏ, ତାହେଲେ ଭାରତ ପାଇଁ ସୁଯୋଗ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ