Masthead

ଟି-୨୦ ବିଶ୍ୱକପ: ଆଫଗାନିସ୍ତାନକୁ ଭେଟିବ ଟିମ୍ ଇଣ୍ଡିଆ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଟି-ଟ୍ୱେଣ୍ଟି ବିଶ୍ୱକପରେ ଆଜି ଆଫଗାନିସ୍ତାନକୁ ଭେଟିବ ଟିମ୍ ଇଣ୍ଡିଆ । ଏହି ମ୍ୟାଚ ବିରାଟ କୋହଲିଙ୍କ ଟିମ୍ ପାଇଁ ଆତ୍ମସମ୍ମାନର ମ୍ୟାଚ୍ ପାକିସ୍ତାନ ଓ ନ୍ୟୁଜିଲାଣ୍ଡଠାରୁ ଶୋଚନୀୟ ପରାସ୍ତ ହେବା ପରେ ଆଜି ଆଫଗାନିସ୍ତାନକୁ ଭେଟିବ ଦଳ । ଏହି ଦଳର ନେଟ୍ ରନ୍ ରେଟ୍ ଗ୍ରୁପ୍-୨ରେ ସବୁଠୁ ଭଲ ରହିଛି। ଆଉ ଗୋଟିଏ ବିଜୟ ହାସଲ କଲେ ଆଫ୍‌ଗାନିସ୍ତାନ ମଧ୍ୟ ସେମିଫାଇନାଲ୍ ଯିବାର ସମ୍ଭାବନା ରହିଛି । ଭାରତକୁ ସେମିଫାଇନାଲରେ ପହଞ୍ଚିବାକୁ ହେଲେ ଶେଷ ତିନୋଟି ମ୍ୟାଚରେ ବଡ଼ ବ୍ୟବଧାନରେ ବିଜୟୀ ହେବାକୁ ପଡ଼ିବ ।

କାରଣ ଦୁଇଟି ମ୍ୟାଚ୍ ହାରିବା ପରେ ଭାରତର ରନରେଟ୍ -୧.୬୦୯ ରହିଛି । ଖାଲି ସେତିକି ନୁହେଁ, ଭାରତର ସେମିଫାଇନାଲ ସ୍ୱପ୍ନ ଏବେ ସମ୍ପୂର୍ଣ୍ଣରୂପେ ଅନ୍ୟ ମ୍ୟାଚ ଗୁଡ଼ିକ ଉପରେ ନିର୍ଭର କରୁଛି । ବିଶେଷକରି ଆଫଗାନିସ୍ତାନ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ ଭାରତ ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି । ଯଦି ଏହି ମ୍ୟାଚରେ ଆଫଗାନିସ୍ତାନ ହାରିଯାଏ, ତାହେଲେ ଭାରତ ପାଇଁ ସୁଯୋଗ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା