Masthead

‘ବିଦ୍ୟୁତ କାଟ ସମସ୍ୟାକୁ ଦୂର ପାଇଁ ତତକାଳ ପଦକ୍ଷେପ ନିଅ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ପ୍ରତ୍ୟେକ ସ୍ଥାନରେ ଲାଗିରହିଛି ଅଘୋଷିତ ବିଦ୍ୟୁତ କାଟ । ଜନ ଅସନ୍ତୋଷ ବଢିବାରୁ ବାଧ୍ୟ ହୋଇ ମୁଖ୍ୟଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ଘଣ୍ଟା ଘଣ୍ଟା ଧରି ହୋଇଥିଲା ମାନସ ମନ୍ଥନ। ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମକୁ ଗୁରୁତ୍ଵ ଦେଇ ବିଦ୍ୟୁତ ଯୋଗାଇବାକୁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ନିର୍ଦ୍ଦେଶ ଦେଇଛନ୍ତି । ବିଦ୍ୟୁତ କାଟ ସମସ୍ୟାକୁ ଦୂର ପାଇଁ ତତକାଳ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟଶାସନ ସଚିବ। ସବ ଷ୍ଟେସନ ଓ ଷ୍ଟେସନ ସହ ଯୋଗାଯୋଗ କରି ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । କଣ୍ଟ୍ରୋଲ ରୁମକୁ ଆସୁଥିବା ଅଭିଯୋଗକୁ ଗୁରୁତ୍ଵ ଦେଇ ବିଦ୍ୟୁତ ଯୋଗାଇବାକୁ ନିଦେ୍ର୍ଦଶରେ କୁହାଯାଇଛି ।

ବିଦ୍ୟୁତ କାଟ ସମସ୍ୟାକୁ ଦୂର ପାଇଁ ତତକାଳ ପଦକ୍ଷେପକୁ ଗୁରୁତ୍ୱ ଦେବାକୁ କୁହାଯାଇଛି । ଶକ୍ତି ବିଭାଗ ଓ ବିତରଣ କମ୍ପାନୀ ମଧ୍ୟରେ ସମନ୍ୱୟ ରକ୍ଷା କରି ବିଦ୍ୟୁତ୍ ଯୋଗାଣ, ସବ ଷ୍ଟେସନ ଓ ଷ୍ଟେସନ ସହ ଯୋଗାଯୋଗ କରି ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ସଚିବ । ସୋସିଆଲ ମିଡ଼ିଆରେ ଆସୁଥିବା ଅଭିଯୋଗକୁ ଗୁରୁତର ସହ ନେଇ ଯଥାଶୀଘ୍ର ସମସ୍ୟାର ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଦ୍ୟୁତ କାଟ ରେ ଉପୁଜୁଥିବା ସମସ୍ୟାକୁ ଖୁବ୍ ଶୀଘ୍ର ସମାଧାନ ଦିଗରେ ଗୁରୁତ୍ବ ଦେବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି