ମୋଦିଙ୍କୁ ତାଲିବାନର ପ୍ରଶଂସା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନର ଲୋକଙ୍କ ପାଇଁ ସହାୟତାର ହାତ ବଢାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଫଗାନିସ୍ତାନକୁ ୨୦ହଜାର ମେଟ୍ରିକ୍ ଟନର ଗହମ ବିନା ଶୁଳ୍କରେ ଯୋଗାଇ ଦେବା ପାଇଁ ମୋଦି ସରକାର ଘୋଷଣା କରିଛନ୍ତି । ଯାହାକୁ ନେଇ ଭାରତକୁ ପ୍ରଶଂସା କରିଛି ତାଲିବାନ । ଗୋଟିଏ ପଟେ ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ତିକ୍ତତା ବୃଦ୍ଧି ପାଉଛି । କିନ୍ତୁ ଅନ୍ୟପଟେ ଭାରତକୁ ପ୍ରଶଂସା କରିଛି ତାଲିବାନ୍ ।

ଆଫଗାନିସ୍ତାନରେ ମୁଠାଏ ଖାଇବା ପାଇଁ ଲୋକେ ଯେଉଁଭଳି ଭାବେ ଡହଳବିକଳ ହେଉଛନ୍ତି ତାକୁ ଦୃଷ୍ଟିରେ ରଖି ଆଫଗାନିସ୍ତାନକୁ ଭାରତ ସହାୟତା କରିଥିବା ଏକ ସରକାରୀ ବୟାନରୁ ଜଣାପଡିଛି । ଆଉ ଭାରତର ଏହି ସହାୟତାକୁ ନେଇ ପ୍ରଶଂସା କରିଛି ତାଲିବାନ୍ । ତାଲିବାନ ପ୍ରବକ୍ତାଙ୍କ ଏନେଇ କହିଛନ୍ତି, ଭାରତର ଏହି ସହାୟତା ଦୁଇ ଦେଶ ମଧ୍ୟରେ ଥିବା ସମ୍ପର୍କକୁ ମଜଭୁତ କରିବ । କେବଳ ଏତିକି ନୁହେଁ ତାଲିବାନର ପ୍ରବକ୍ତା ଆହୁରି ପ୍ରଶଂସା କରି କହିଛନ୍ତି, ଭାରତ ହେଉଛି ବିଶ୍ୱର ପ୍ରକୃତ ଲିଡର୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!