Masthead

ମିଳିଲାନି ଟିକେଟ, ବିଷ ପିଇଦେଲେ ଏମପି

ତାମିଲନାଡ଼ୁ (ବଡ଼ ଖବର ବ୍ୟୁରୋ) ନିର୍ବାଚନ ପାଇଁ ଘୋଷଣା ହେଲାଣି ପ୍ରାର୍ଥୀ ତାଲିକା । ରବିବାର ବିଜେପି ତାର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ହେବିୱେଟଙ୍କୁ ଟିକେଟ ଦେଇଛି ବିଜେପି । କିନ୍ତୁ ଏହାରି ଭିତରେ ଆସିଛି ଏକ ଦୁଃଖଦ ଖବର । ଲୋକସଭା ଟିକେଟ ନ ମିଳିବାରୁ ମାନସିକ ଭାରସାମ୍ୟ ହରାଇ ବସିଥିବା ଜଣେ ଏମ୍‌ପି କୀଟନାଶକ ଖାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏପରି ଏକ ଅଭାବନୀୟ ଘଟଣା ତାମିଲନାଡ଼ୁରେ ଘଟିଥିବା ଘଟିଛି । ଏମପି ଜଣକ ହେଲେ ୭୬ ବର୍ଷୀୟ ଏ. ଗଣେଶମୂର୍ତ୍ତି।

ଏ. ଗଣେଶମୂର୍ତ୍ତି ଏବେ ତାମିଲନାଡ଼ୁର ଇରୋଡ ଲୋକସଭା ଆସନରୁ ଏମ୍‌ପି ଅଛନ୍ତି। ଏ. ଗଣେଶମୂର୍ତ୍ତି ଏମଡିଏମକେ ଦଳର ଏମ୍‌ପି ଅଛନ୍ତି। ମାତ୍ର ଆସନ୍ତା ନିର୍ବାଚନ ନିମନ୍ତେ ଦଳ ପକ୍ଷରୁ ତାଙ୍କୁ ଟିକେଟ ଦିଆଯାଇ ନାହିଁ। ଏହାକୁ ନେଇ ଗତ କିଛି ଦିନ ହେଲା ମାନସିକ ଅବସାଦରେ ରହୁଥିଲେ । ରବିବାର ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ। ସେ ପାଣିରେ କୀଟନାଶକ ମିଶାଇ ପିଇ ଦେଇଥିଲେ। ଏହାପରେ ତାଙ୍କ ଅବସ୍ଥା ବିଗିଡ଼ିଥିବା ବେଳେ ବିଷ ପିଇ ଦେଇଥିବା ନେଇ ସେ ପରିବାର ଲୋକଙ୍କୁ ଜଣାଇଥିଲେ।

ଏହାପରେ ପରିବାର ଲୋକେ ତୁରନ୍ତ ତାଙ୍କୁ ନିକଟସ୍ଥ ଏକ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ତୁରନ୍ତ କୋଏମ୍ବଟୁରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ଆଇସିୟୁରେ ଏ. ଗଣେଶମୂର୍ତ୍ତିଙ୍କ ଚିକିତ୍ସା ଚାଲିଥିବା ବେଳେ ତାଙ୍କ ଅବସ୍ଥା ଗୁରୁତର ଥିବା ଡାକ୍ତର ସୂଚନା ଦେଇଛନ୍ତି। ଏହି ଖବର ମିଳିବା ପରେ ତାମିଲନାଡ଼ୁ ସରକାରର ବହୁ ମନ୍ତ୍ରୀ, ବିଜେପି ନେତା ପ୍ରମୁଖ ହସ୍ପିଟାଲରେ ପହଞ୍ଚି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି