Masthead

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ସହାୟତା ରାଶି ୧୦ ଲକ୍ଷକୁ ବୃଦ୍ଧି

ଭୁବନେଶ୍ୱର/ତାମିଲନାଡୁ (ବଡ଼ ଖବର ବ୍ୟୁରୋ) ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି । ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି । ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ମହିଳା ଶ୍ରମିକ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ସଦର ଥାନା କୋଡ଼ିପଶା ଗ୍ରାମର ସଜନୀ ଜୁଆଙ୍ଗ । ସେପଟେ ମୃତକଙ୍କ ପାଇଁ ସହାୟତା ରାଶି ୧୦ ଲକ୍ଷକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ।

ସିଏମଆରଏଫରୁ ଘୋଷଣା ହୋଇଥିବା ୪ ଲକ୍ଷର ସହାୟତା ରାଶି ୧୦ ଲକ୍ଷକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଏହାପୂର୍ବରୁ ଏହି ଦୁର୍ଘଟଣାରେ କେନ୍ଦୁଝରର ୫ ଜଣ ଶ୍ରମିକ ପ୍ରାଣ ହରାଇଥିଲେ । ଆଜି ଆଉ ଦୁଇ ଜଣଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି । ଯାହାକୁ ନେଇ ଶୋକାକୁଳ ହୋଇପଡ଼ିଛି ସମଗ୍ର ଅଞ୍ଚଳ । ଏବେ ବି ୩ ଜଣ ଓଡ଼ିଆ ଶ୍ରମିକ ଗୁରୁତର ଅବସ୍ଥାରେ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି । ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ପରିବାର ଲୋକେ ଚିନ୍ତାରେ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା