Masthead

ଝାରସୁଗୁଡ଼ା ଉପନିର୍ବାଚନ, ଟଙ୍କଧର ତ୍ରିପାଠୀ ବିଜେପି ପ୍ରାର୍ଥୀ!

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଟଙ୍କଧର ତ୍ରିପାଠୀ ହୋଇପାରନ୍ତି ବିଜେପି ପ୍ରାର୍ଥୀ । ଖୁବଶୀଘ୍ର ଦଳୀୟ ଘୋଷଣା ହେବ ବୋଲି କହିଛନ୍ତି ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ । ଝାରସୁଗୁଡାରେ ଟଙ୍କଧର ସଙ୍ଗଠନ କରି ଆସୁଛନ୍ତି । ତେବେ ଏନେଇ ଦଳ ପକ୍ଷରୁ ଚୂଡାନ୍ତ ନିଷ୍ପତ୍ତି ଆସିଲେ ସ୍ପଷ୍ଟ ହେବ ବୋଲି କହିଛନ୍ତି ସୁବାସ । ଝାରସୁଗୁଡାରେ ବିଜେପିର ବିଜୟ ନିଶ୍ଚିତ ବୋଲି ସୁବାସ କହିଛନ୍ତି । କାରଣ ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ଲୋକଙ୍କ ମନରେ ଆକ୍ରୋଶ ରହିଛି । ଦୀନେଶ ଜୈନ ଦଳର ଟାଣୁଆ ସଙ୍ଗଠକ ।

ତେଣୁ ଦଳ ଖୁବଶୀଘ୍ର ଚୂଡାନ୍ତ ନିଷ୍ପତ୍ତି ନେବ । ଏହାପୂର୍ବରୁ ବିଜେଡି ଝାରସୁଗୁଡା ଉପ-ନିର୍ବାଚନ ପାଇଁ ନିଜର ପ୍ରାର୍ଥୀ ଘୋଷଣା କରିଛି । ସ୍ୱର୍ଗତଃ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କ ଦଳ ଏଠାରେ ପ୍ରାର୍ଥୀ କରିଛି । ଅନ୍ୟପଟେ କଂଗ୍ରେସ ଏଯାଏଁ ପ୍ରାର୍ଥୀ ଘୋଷଣା କରିନାହିଁ । ଆସନ୍ତା ମେ’୧୦ରେ ଝାରସୁଗୁଡା ଉପ-ନିର୍ବାଚନ ହେବ । ମେ’ ୧୩ରେ ଭୋଟ ଗଣତି ହେବ । ୨୧ରୁ ୨୩ ମଧ୍ୟରେ ପ୍ରାର୍ଥୀ ପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହେବ । ଏପ୍ରିଲ୍‌ ୨୪ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ