ଝାରସୁଗୁଡ଼ା ଉପନିର୍ବାଚନ, ଟଙ୍କଧର ତ୍ରିପାଠୀ ବିଜେପି ପ୍ରାର୍ଥୀ!

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଟଙ୍କଧର ତ୍ରିପାଠୀ ହୋଇପାରନ୍ତି ବିଜେପି ପ୍ରାର୍ଥୀ । ଖୁବଶୀଘ୍ର ଦଳୀୟ ଘୋଷଣା ହେବ ବୋଲି କହିଛନ୍ତି ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ । ଝାରସୁଗୁଡାରେ ଟଙ୍କଧର ସଙ୍ଗଠନ କରି ଆସୁଛନ୍ତି । ତେବେ ଏନେଇ ଦଳ ପକ୍ଷରୁ ଚୂଡାନ୍ତ ନିଷ୍ପତ୍ତି ଆସିଲେ ସ୍ପଷ୍ଟ ହେବ ବୋଲି କହିଛନ୍ତି ସୁବାସ । ଝାରସୁଗୁଡାରେ ବିଜେପିର ବିଜୟ ନିଶ୍ଚିତ ବୋଲି ସୁବାସ କହିଛନ୍ତି । କାରଣ ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ଲୋକଙ୍କ ମନରେ ଆକ୍ରୋଶ ରହିଛି । ଦୀନେଶ ଜୈନ ଦଳର ଟାଣୁଆ ସଙ୍ଗଠକ ।

ତେଣୁ ଦଳ ଖୁବଶୀଘ୍ର ଚୂଡାନ୍ତ ନିଷ୍ପତ୍ତି ନେବ । ଏହାପୂର୍ବରୁ ବିଜେଡି ଝାରସୁଗୁଡା ଉପ-ନିର୍ବାଚନ ପାଇଁ ନିଜର ପ୍ରାର୍ଥୀ ଘୋଷଣା କରିଛି । ସ୍ୱର୍ଗତଃ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କ ଦଳ ଏଠାରେ ପ୍ରାର୍ଥୀ କରିଛି । ଅନ୍ୟପଟେ କଂଗ୍ରେସ ଏଯାଏଁ ପ୍ରାର୍ଥୀ ଘୋଷଣା କରିନାହିଁ । ଆସନ୍ତା ମେ’୧୦ରେ ଝାରସୁଗୁଡା ଉପ-ନିର୍ବାଚନ ହେବ । ମେ’ ୧୩ରେ ଭୋଟ ଗଣତି ହେବ । ୨୧ରୁ ୨୩ ମଧ୍ୟରେ ପ୍ରାର୍ଥୀ ପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହେବ । ଏପ୍ରିଲ୍‌ ୨୪ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’