Masthead

ପଞ୍ଚଭୂତରେ ବିଲୀନ ହେଲେ ତପୁ ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପଞ୍ଚଭୂତରେ ବିଲୀନ ହେଲେ କଣ୍ଠଶିଳ୍ପୀ ତପୁ ମିଶ୍ର । ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ଆଜି ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି । ତେବେ ଗତକାଲି ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ ଘଟିଥିଲା । କରୋନାରୁ ସୁସ୍ଥ ହେବା ପରେ ଫୁସଫୁସ ସଂକ୍ରମଣରେ ପୀଡ଼ିତ ଥିଲେ ତପୁ । ଭୁବନେଶ୍ୱର ସମ୍‌ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ଆଜି ତପୁଙ୍କ ବାସଭବନରେ ତାଙ୍କ ବନ୍ଧୁ ପରିଜନ ଶେଷ ଦର୍ଶନ କରିଥିଲେ । ଏହାପରେ ବାସଭବନରୁ ସତ୍ୟନଗର ଶ୍ମଶାନ ନିଆଯାଇଥିଲା ତାଙ୍କ ପାର୍ଥିବ ଶରୀର । ସେଠାରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଗତ ମାସ ମେ ୨୦ ତାରିଖରେ କରୋନାରେ ଆକ୍ରାନ୍ତ ହୋଇ ସେ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ ।

ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ନଆସିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ତେବେ ଦୀର୍ଘ ଏକ ମାସ କାଳ ସଂଘର୍ଷ କରି ଶେଷରେ ହାରି ଯାଇଛନ୍ତି ତପୁ ମିଶ୍ର । ମାତ୍ର ୩୬ ବର୍ଷ ବୟସରେ ସେ ଆଖି ବୁଜିଛନ୍ତି । ଜଣେ ସଫଳ କଣ୍ଠଶିଳ୍ପୀ ଭାବେ ବେଶ ସୁନାମ ଅର୍ଜନ କରିଥିଲେ ତପୁ । ତାଙ୍କ ବିୟୋଗରେ ଓଲିଉଡରେ ଶୋକର ଛାୟା ଖେଳିଯାଇଛି । ବରିଷ୍ଠ ଅଭିନେତାଙ୍କ ସହ ଅନେକ କଳାକାର, କଣ୍ଠଶିଳ୍ପୀ ଓ ତପୁଙ୍କ ପ୍ରଶଂସକମାନେ ତାଙ୍କ ବିୟୋଗରେ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରାସ୍ତାରେ ଆଣ୍ଠେଇଲା ବାଇକ ଆମ୍ବୁଲାନ୍ସ 🔴 ଆସୁଛି ବଡ ବନ୍ୟା 🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର 🔴 କାହା ଛତ୍ର ଛାୟାରେ ବନଖଣ୍ଡ ବିଟ୍ ଅଧିକାରୀ? 🔴 ଧରାପଡ଼ିଲା କେନ୍ଦୁଝର ବନବିଭାଗର ଆଉ ଏକ କେଳେଙ୍କାରୀ 🔴 ଆଜି କାରଗିଲ ବିଜୟ ଦିବସ 🔴 ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ମାଲଦ୍ୱୀପର ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ରାସ୍ତାରେ ଆଣ୍ଠେଇଲା ବାଇକ ଆମ୍ବୁଲାନ୍ସ 🔴 ଆସୁଛି ବଡ ବନ୍ୟା 🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର 🔴 କାହା ଛତ୍ର ଛାୟାରେ ବନଖଣ୍ଡ ବିଟ୍ ଅଧିକାରୀ? 🔴 ଧରାପଡ଼ିଲା କେନ୍ଦୁଝର ବନବିଭାଗର ଆଉ ଏକ କେଳେଙ୍କାରୀ 🔴 ଆଜି କାରଗିଲ ବିଜୟ ଦିବସ 🔴 ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ମାଲଦ୍ୱୀପର ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ