ଏୟାର ଇଣ୍ଡିଆକୁ କିଣିଲା ଟାଟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏୟାର ଇଣ୍ଡିଆକୁ କିଣିଲା ଟାଟା । ନିଲାମ ଜିତିଲା ଟାଟା ସନ୍ସ । ସରକାରୀରୁ ଘରୋଇ ହେଲା ଏୟାର ଇଣ୍ଡିଆ । ୨୩ ହଜାର କୋଟି ଟଙ୍କା କ୍ଷତିରେ ଚାଲୁଥିଲା ଏୟାର ଇଣ୍ଡିଆ । ୬୮ ବର୍ଷ ପରେ ପୁଣି ଟାଟା କମ୍ପାନୀ ପାଖକୁ ଫେରିଛି ଏୟାର ଇଣ୍ଡିଆ ।

ଏୟାର ଇଣ୍ଡିଆ ପାଇଁ ଟାଟା ଗ୍ରୁପ୍ ଓ ସ୍ପାଇସ ଜେଟ ନିଲାମ ଡାକିଥିଲେ । ଏଥିରେ ଭାଗ ନେଇଥିଲେ ଟାଟା ସନ୍ସ । ଜେଆରଡି ଟାଟା ୧୯୩୨ରେ ଟାଟା ଏୟାରଲାଇନ୍ସର ସ୍ଥାପନ କରିଥିଲେ । ୧୯୫୩ରେ ଏହାର ରାଷ୍ଟ୍ରିୟକରଣ କରାଯାଇଥିଲା । ୨୦୧୮ରେ ଏୟାର ଇଣ୍ଡିଆକୁ ଘରୋଇକରଣ କରିବା ପାଇଁ ସରକାର ପ୍ରୟାସ କରିଥିଲେ । କିନ୍ତୁ ଏଥିରେ ସଫଳ ହୋଇନଥିଲେ । କିନ୍ତୁ ଗତ ବର୍ଷ ଜାନୁଆରୀରୁ ପୁଣି ଥରେ ଏୟାର ଇଣ୍ଡିଆରୁ ଅଂଶଧନ ପ୍ରତ୍ୟାହାର ପ୍ରକ୍ରିୟା ଆରମ୍ଭ କରିଥିଲେ କେନ୍ଦ୍ର ସରକାର । କିନ୍ତୁ ଏବେ ଏୟାର ଇଣ୍ଡିଆକୁ କିଣି ନୂଆ ମାଲିକ ବନିଛି ଟାଟା ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’