Masthead

ସଫେଇ ଦେଲା ଟାଟାପାୱାର, ଆମର କିଛି ଦୋଷ ନାହିଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଷ୍ଟ୍ରପତିଙ୍କ ଅଭିଭାଷଣ ବେଳେ କଟିଲା ବିଦ୍ୟୁତ । ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାଷଣ ଦେବାର ୧୦ ମିନିଟ୍ ପରେ ବିଦ୍ୟୁତ ଚାଲି ଯାଇଥିଲା । ଦୀର୍ଘ ୯ମିନିଟ୍ ଧରି ବିଦୁ୍ୟତ୍ ଚାଲିଯାଇଥିଲା । ଅନ୍ଧାରରେ ରାଷ୍ଟ୍ରପତିଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଗରମରେ ସଢିଥିଲେ । ଏହି ଘଟଣା ପରେ ପ୍ରଶାସନିକ ସ୍ତରରେ ଆରମ୍ଭ ହୋଇଥିଲା ତନାଘନା ।

ଆରଡିସି ଡାକିଥିଲେ ଜରୁରୀ ବୈଠକ । ବାରିପଦା ସର୍କିଟ ହାଉସରେ ଅନୁଷ୍ଠିତ ବୈଠକରେ ମୟୂରଭଞ୍ଜ ଜିଲ୍ଲାପାଳ, ବାରିପଦା ଏଡିଏମ, ଟାଟାପାୱାର ଅଧିକାରୀଙ୍କ ସହ ବରିଷ୍ଠ ଅଫିସର ସାମିଲ ହୋଇଥିଲେ । ସେପଟେ କ୍ଷମା ମାଗିଥିଲେ ଏମଏସସିବିୟୁ କୁଳପତି ପ୍ରଫେସର ସନ୍ତୋଷ ତ୍ରିପାଠୀ । କହିଲେ ଏଭଳି ତ୍ରୁଟି ପାଇଁ ମୁଁ ନିଜେ ନିଜକୁ ଦାୟୀ କରୁଛି । ବିଲଡିଂ ଇଡକୋ ତିଆରି କରିଥିଲା । ଜେନେରେଟର ବି ସଜାଡ଼ିଥିଲା ।

ଡେଡିକେଟେଡ ଜେନେରେଟର ବି ଥିଲା ହେଲେ କାମ ଦେଲାନି । ଆମକୁ ଏଥିପାଇଁ ଲଜ୍ଜିତ ହେବାକୁ ପଡ଼ିଲା ବୋଲି କୁଳପତି କହିଛନ୍ତି । ତେଣେ ବିଶ୍ୱବିଦ୍ୟାଳୟର ଜଣେ ବିଦ୍ୟୁତ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି । ବିଦ୍ୟୁତ୍ କାଟର ତଦନ୍ତ ପାଇଁ ତିନି ଜଣିଆ କମିଟି ଗଠନ ହୋଇଛି । ରିପୋର୍ଟ ଦାଖଲ ପରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କର୍ତ୍ତୃପକ୍ଷ କହିଛନ୍ତି । ତେଣେ ସଫେଇ ଦେଇଛି ଟାଟା ପାୱାର । କହିଛି ଆମର କିଛି ଦୋଷ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ