Masthead

ଆନ୍ଦୋଳନକୁ ଓହ୍ଲାଇଲେ ଚୁକ୍ତିଭିତ୍ତିକ ଶିକ୍ଷକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆନ୍ଦୋଳନକୁ ଓହ୍ଲାଇଲେ ୧୮ ହଜାର ଶିକ୍ଷକ । ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଓଡ଼ିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ।  ଚାକିରି ନିୟମିତ ଦାବି ନେଇ ଉତ୍କଳ ଦିବସ ଠାରୁ ଲୋୟର ପିଏମଜିରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଧାରଣାରେ ବସିଛନ୍ତି ହଜାର ହଜାର ଶିକ୍ଷକ । ଦୁଇଦିନ ଧାରଣାରେ ବସିବା ପରେ ସରକାର ନ ଶୁଣିବାରୁ ବାଧ୍ୟ ହୋଇ ଦଶ ହଜାରରୁ ଅଧିକ ଶିକ୍ଷକ ଲୋୟର ପିଏମଜିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ନଭେମ୍ବର ୨୫ ରେ ମୁଖ୍ୟମନ୍ତ୍ରୀ ତାଙ୍କ ଜନ୍ମଦିନରେ ଭିଡିଓ ବାର୍ତ୍ତାରେ ଓଡ଼ିଶା ମାଟିରୁ ସମ୍ପୂର୍ଣ୍ଣ ଭାବରେ ଚୁକ୍ତିଭିତ୍ତିକ ପ୍ରଥାକୁ ଉଚ୍ଛେଦ କଲେ ବୋଲି ଘୋଷଣା କରିଥିଲେ । ପରେ ସେପ୍ଟେମ୍ବର ୧୬ରେ ଏକ ନୋଟିଫିକେସନ ବାହାର କରି ସମସ୍ତ ଚୁକ୍ତିଭିତ୍ତିକ ପଦବୀକୁ ନିୟମିତ କରି ୬ ଗୋଟି ଇନକ୍ରିମେଣ୍ଟ ଦେବା ପାଇଁ ଚିଠିରେ ପ୍ରକାଶ କଲେ । ତେବେ ଏହି କଥାଟି ପ୍ରଥମେ ଶିକ୍ଷକଙ୍କ ମନରେ ଖୁସି ଖେଳାଇଦେଇଥିଲା । ପରବର୍ତ୍ତୀ ସମୟରେ ଗଣଶିକ୍ଷା ବିଭାଗ ନିୟମଟିକୁ କାର୍ଯ୍ୟକାରୀ କରି ନଥିଲେ ।

ଶିକ୍ଷକମାନେ ଗଣଶିକ୍ଷା ବିଭାଗର ପ୍ରକୋଷ୍ଠରେ ବାରମ୍ବାର ଅଭିଯୋଗ କରିଥିଲେ । ଅଭିଯୋଗ ପରେ ଗଣଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀ ଉଚ୍ଚସ୍ତରୀୟ ଆଲୋଚନା କରି ନିଷ୍ପତ୍ତି ନେବେ ବୋଲି କହିଥିଲେ । ତେବେ ଦୁଇ ମାସରୁ ଉର୍ଦ୍ଦ ସମୟ ବିତି ଯାଇଥିଲେ ମଧ୍ୟ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆ ଯାଇନଥିଲା । ପରେ ଡ଼ିସେମ୍ବର ୭ରେ ସଂଘ ଆନ୍ଦୋଳନ କରିଥିଲା । ଏହି ଆନ୍ଦୋଳନ ପରେ ଗଣଶିକ୍ଷା ସଚିବ ୨୦୦୪ ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଶିକ୍ଷକମାନଙ୍କୁ ନିୟମିତ କରିବାର ପ୍ରତିଶ୍ରୁତି ଦେଇଥିଲେ ।  ସରକାର ପ୍ରତିଶ୍ରୁତି ପାଳନ କରୁନଥିବା ପ୍ରତିବାଦରେ ,ହଜାର ହଜାର ଓଡିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ଉତ୍କଳ ଦିବସ ଠାରୁ ପିଏମଜିରେ ଚଳାଇଛନ୍ତି ଆନ୍ଦୋଳନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା