Masthead

ଶିକ୍ଷକ-ଶିକ୍ଷୟତ୍ରୀଙ୍କ ଟିକାକରଣକୁ ପ୍ରାଧାନ୍ୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଜୁଲାଇ ୨୬ରୁ ଖୋଲିବ ସ୍କୁଲ । ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢା ଆରମ୍ଭ ହେବାକୁ ଥିବାରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ପରାମର୍ଶକ୍ରମେ ବିଭାଗୀୟ ସଚିବ ସତ୍ୟବ୍ରତ ସାହୁ ରବିବାର ସମସ୍ତ ଜିଲ୍ଲା ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଭର୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ସ୍କୁଲ ଗୁଡିକର ସ୍ଥିତି ନେଇ ବ୍ୟାପକ ବିଚାରିବମର୍ଶ କରାଯାଇଛି ।

ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ଯୁଦ୍ଧକାଳୀନ ଭିତ୍ତିରେ କ୍ୟାମ୍ପସ ସଫେଇ କରିବା ଏବଂ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଦୁଇଟି ଡୋଜ ଟିକାକରଣକୁ ପ୍ରାଧାନ୍ୟ ଦେଇ ପଦକ୍ଷେପ ଗ୍ରହଣ କରିବାକୁ ଡିଇଓମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅନୁଷ୍ଠିତ ହୋଇଥିବା ବୈଠକରେ ସ୍କୁଲ ସଫେଇ ସମେତ ବିଭାଗ ପକ୍ଷରୁ ଜାରି ହୋଇଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବା ନେଇ ଡିଇଓମାନଙ୍କ ସହ ଆଲୋଚନା ହୋଇଛି । କୌଣସି ବିଦ୍ୟାଳୟର ହଷ୍ଟେଲ ଯେପରି ନଖୋଲେ ସେଥିପ୍ରତି କଡ଼ା ନଜର ରଖାଯିବ । ସାମାଜିକ ଦୂରତା ଓ ମାସ୍କକୁ ପ୍ରାଧାନ୍ୟ ଦିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାମ୍ମୁ କାଶ୍ମୀରେ ସିଆରପିଏଫ ଯାନ ର୍ଦୁଘଟଣା ଗ୍ରସ୍ଥ : ୩ ଯବାନଙ୍କ ମୃତ,୧୬ ଯବାନ ଆହାତ 🔴 ଘରକୁ ଫେରୁଥିବା ବେଳେ ମହିଳାଙ୍କୁ ଦୁଷ୍କର୍ମ 🔴 ଥାନାର ଥାର୍ଡ଼ ଡିଗ୍ରୀ ଘଟଣା, ଆଇଆଇସିଙ୍କୁ କାରଣ ଦର୍ଶାଅ ନୋଟିସ୍ 🔴 6 ଘଣ୍ଟିଆ ପୁରୀ ବନ୍ଦ 🔴 ୩ ଦିନିଆ ଦିଲ୍ଲୀ ଗସ୍ତ ସାରି ଫେରିବେ ମୋହନ ମାଝୀ 🔴 ଡ୍ରଗ୍ସ କଣ୍ଟ୍ରୋଲର ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ନବ ଦାସ ହତ୍ୟାକାଣ୍ଡ, ଆଜି ସାକ୍ଷ୍ୟ ଗ୍ରହଣ 🔴 ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା 🔴 ଜାମ୍ମୁ କାଶ୍ମୀରେ ସିଆରପିଏଫ ଯାନ ର୍ଦୁଘଟଣା ଗ୍ରସ୍ଥ : ୩ ଯବାନଙ୍କ ମୃତ,୧୬ ଯବାନ ଆହାତ 🔴 ଘରକୁ ଫେରୁଥିବା ବେଳେ ମହିଳାଙ୍କୁ ଦୁଷ୍କର୍ମ 🔴 ଥାନାର ଥାର୍ଡ଼ ଡିଗ୍ରୀ ଘଟଣା, ଆଇଆଇସିଙ୍କୁ କାରଣ ଦର୍ଶାଅ ନୋଟିସ୍ 🔴 6 ଘଣ୍ଟିଆ ପୁରୀ ବନ୍ଦ 🔴 ୩ ଦିନିଆ ଦିଲ୍ଲୀ ଗସ୍ତ ସାରି ଫେରିବେ ମୋହନ ମାଝୀ 🔴 ଡ୍ରଗ୍ସ କଣ୍ଟ୍ରୋଲର ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ନବ ଦାସ ହତ୍ୟାକାଣ୍ଡ, ଆଜି ସାକ୍ଷ୍ୟ ଗ୍ରହଣ 🔴 ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା