ସୋର ପୋଲିସ ପାଇଁ ବଢିଲା ଅଡୁଆ

ସୋର (ବଡ଼ ଖବର ବ୍ୟୁରୋ): ସୋର ପୋଲିସ ପାଇଁ ବଢିଲା ଅଡୁଆ । ଶିକ୍ଷକଙ୍କୁ ସ୍କୁଲ ସମୟରେ ଧକାମାରି ପୋଲିସ ଉଠାଇ ନେବା ଘଟଣାରେ ଆଗାମୀ ୩ ଦିନ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ନନେଲେ ରାଜ୍ୟବ୍ୟାପୀ ଆନ୍ଦୋଳନକୁ ଓହ୍ଲାଇବ ଶିକ୍ଷକ ମହାସଙ୍ଘ। ଶନିବାର ସୋର ପୋଲିସ ଦ୍ୱାରା ସୋର ରାଧାନାଥ ପ୍ରାଥମିକ ବିଦ୍ୟାଳୟର ୧୬ ଜଣ ଶିକ୍ଷକ ଶିକ୍ଷୟତ୍ରୀ ଓ ବିଦ୍ୟାଳୟର କର୍ମଚାରୀଙ୍କୁ ପୋଲିସ ଗାଡିରେ ଉଠାଇ ଥାନାରେ ଅଟକ ରଖିବା ଘଟଣାରେ ଆଜି ସୋର ଏଲିମେଣ୍ଟାରୀ ଶିକ୍ଷକ ସଂଘ ପକ୍ଷରୁ ଏକ ଜରୁରୀ ବୈଠକ ଡ଼କାଇ ପୋଲିସଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ ।

ଯଦି ୩ ଦିନ ମଧ୍ୟ ରେ କୌଣସି କାର୍ଯ୍ୟାନୁଷ୍ଠାନ ନ ହୁଏ ଆଗାମୀ ୩ ଦିନରେ ସୋର ସମସ୍ତ ପ୍ରାଥମିକ ବିଦ୍ୟାଳୟ ପାଠ ପଢା ବନ୍ଦ କରି ବ୍ଲକ ଶିକ୍ଷାଧୀକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିବା ନେଇ ଚେତାବନୀ ଦେଇଛନ୍ତି । ଏହା ଶିକ୍ଷକ ଜାତି ପାଇଁ କଳଙ୍କିତ ଅଧ୍ୟାୟ । ଶିକ୍ଷକ ହେଉଛନ୍ତି ସମାଜର ଆଇନା ସଦୃଶ୍ୟ । ଯେଉଁଭଳି ଭାବେ ପୋଲିସ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ କ୍ରିମିନାଲ ଭଳି ବ୍ୟବହାର କଲା ଏହା ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରୁଛି । ଏହି ଘଟଣାକୁ ସୋର, ଜିଲ୍ଲା ଓ ରାଜ୍ୟ ବିଭିନ୍ନ ସଂଗଠନ ସହଯୋଗ କରିବା ସହିତ ଆନ୍ଦୋଳନରେ ସାମିଲ ହେବା ନେଇ ସଂଘ ସଂମ୍ପାଦକ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ