Masthead

ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦିନିକିଆ ସିରିଜ୍ ଜିତିଲା ଟିମ୍ ଇଣ୍ଡିଆ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦିନିକିଆ ସିରିଜ୍ ଜିତିଲା ଟିମ୍ ଇଣ୍ଡିଆ । ଶେଷ ଦିନିକିଆରେ ୱେଷ୍ଟଇଣ୍ଡିଜ୍‌କୁ ୨୦୦ ରନ୍‌ରେ ପରାସ୍ତ କରି ୨-୧ରେ ଶୃଙ୍ଖଳା ବିଜୟ ସଫଳତା ପାଇଛି । ମ୍ୟାଚରେ ୱେଷ୍ଟଇଣ୍ଡିଜ୍ ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଭାରତ ପ୍ରଥମେ ବ୍ୟାଟିଂ କରି ୫ ୱିକେଟ୍ ହରାଇ କରିଥିଲା ୩୫୧ ରନ୍ । ଈଶାନ୍ କିଷନ କ୍ରମାଗତ ତୃତୀୟ ଅର୍ଦ୍ଧଶତକ ମାରିଥିଲେ । ଈଷାନ୍ ୬୪ ବଲରେ କରିଥିଲେ ୭୭ ରନ୍ । ଅନ୍ୟତମ ଓପନର ଶୁବମନ ଗିଲ୍ ୮୫ ରନ୍ କରି ଫର୍ମକୁ ଫେରିଛନ୍ତି । ମଧ୍ୟକ୍ରମରେ ସଂଜୁ ସାମସନ୍ ୫୧ ରନ୍, ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ୭୦ ରନ୍ ଓ ସୂର୍ଯ୍ୟକୁମାର ଯାଦବ ୩୫ ରନ୍ କରିଥିଲେ ।

୩୫୨ ରନର ବଡ଼ ଲକ୍ଷ୍ୟର ପିଛା କରୁଥିବା ଘରୋଇ ଦଳ ସମସ୍ତ ୱିକେଟ୍ ହରାଇ କରିଥିଲା ୧୫୧ ରନ୍ । ୱେଷ୍ଟଇଣ୍ଡିଜ୍ ପକ୍ଷରୁ ଗୁଡାକେଶ ମୋଟି ୩୯ ରନ୍, ଅଲିକ୍ ଅଥାନେଜ୍ ୩୨ ରନ୍ ଓ ଅଲଜାରୀ ଜୋସେଫ୍ ୨୬ ରନ୍ କରିଥିଲେ । ଭାରତ ପକ୍ଷରୁ ଶାର୍ଦ୍ଦୁଲ ଠାକୁର ସର୍ବାଧିକ ୪ଟି ୱିକେଟ୍ ନେଇଥିଲେ । ମୁକେଶ କୁମାର ୩ଟି ଓ କୁଲଦୀପ ଯାଦବ ନେଇଥିଲେ ୨ଟି ୱିକେଟ୍ । ଗିଲ୍ ମ୍ୟାନ୍ ଅଫ୍ ଦି ମ୍ୟାଚ୍ ଓ ଇଶାନ୍ ମ୍ୟାନ୍ ଅଫ୍ ଦି ସିରିଜ୍ ବିବେଚିତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି