Masthead

ଲାଲୁଙ୍କ ବଡ଼ ପୁଅଙ୍କ ସ୍ଥିତି ଜାଣନ୍ତୁ

ପାଟନା(ବଡ଼ ଖବର ବ୍ୟୁରୋ): ହାସନପୁର ବିଧାନସଭା ଆସନରୁ ଆଗରେ ଅଛନ୍ତି ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ ତେଜ ପ୍ରତାପ ଯାଦବ । ସେ ଗତ ନିର୍ବାଚନରେ ମହୁଆ ବିଧାନସଭା ଆସନରୁ ବିଜୟ ହୋଇଥିଲେ । କିନ୍ତୁ ଚଳିତ ନିର୍ବାଚନରେ ସେ ହାସନପୁର ବିଧାନସଭା ଆସନରୁ ନିଜର ଭାଗ୍ୟ ପରୀକ୍ଷା କରୁଛନ୍ତି । ତେଜ ପ୍ରତାପଙ୍କୁ ଟକ୍କର ଦେଉଛନ୍ତି ଜେଡିୟୁର ରାଜ କୁମାର ରାୟ । ଜେଡିୟୁ ପ୍ରାର୍ଥୀଙ୍କୁ ୮୯୩୬ ଭୋଟରେ ପଛରେ ପକାଇ ଆଗରେ ଅଛନ୍ତି ତେଜ ପ୍ରତାପ । ହାସନପୁରରେ ସଂଖ୍ୟାଲଘୁ ଓ ଯାଦବଙ୍କ ଭୋଟ ଅଧିକ ରହିଛି । ତେଣୁ ଏଠାରେ ରାଜ କୁମାରଙ୍କୁ ଟକ୍କର ଦେବା ପାଇଁ ତେଜ ପ୍ରତାପ ଲଢିବାକୁ ନିଷ୍ପତି ନେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ