ତେଜସ୍ୱୀ ଯାଦବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିହାରରୁ ଆସିଲା ବଡ଼ ଖବର । ଆଜି ମହାଗଠବନ୍ଧନ ପକ୍ଷରୁ ଏହାର ମୁଖ୍ୟମନ୍ତ୍ରୀ ଚେହେରା ନେଇ ଘୋଷଣା କରାଯାଇଛି | ଆରଜେଡି ସୁପ୍ରିମୋ ଲାଲୁ ଯାଦବଙ୍କ ପୁଅ ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ ହିଁ ମହାଗଠବନ୍ଧନର ମୁଖ୍ୟମନ୍ତ୍ରୀ ଚେହେରା ନେଇ ଘୋଷଣା କରାଯାଇଥିଲା | ଆଜି ପାଟନାର ମୌର୍ଯ୍ୟ ହୋଟେଲରେ ବିହାର ବିଧାନସଭା ନିର୍ବାଚନ  ସମ୍ପର୍କରେ ମହାଗଠବନ୍ଧନ ପକ୍ଷରୁ ଏକ ମିଳିତ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା।

ଏଥିରେ ଆରଜେଡି ନେତା ତେଜସ୍ୱୀ ଯାଦବ, କଂଗ୍ରେସ ନେତା ଅଶୋକ ଗେହଲଟ୍, ବିହାର କଂଗ୍ରେସ ସଭାପତି ରାଜେଶ ରାମ, ଭିଆଇପି ମୁଖ୍ୟ ମୁକେଶ ସାହାଣୀ, ସିପିଆଇଏମର ଦୀପଙ୍କର ଭଟ୍ଟାଚାର୍ଯ୍ୟ ଏବଂ ଅନ୍ୟାନ୍ୟ ସହଯୋଗୀ ଦଳର ନେତାମାନେ ଉପସ୍ଥିତ ଥିଲେ। ତେଜସ୍ୱୀ  ଯାଦବ ମହାଗଠବନ୍ଧନର ମୁଖ୍ୟମନ୍ତ୍ରୀ ଚେହେରା ହେବେ ବୋଲି ସାର୍ବଜନୀନ ଭାବରେ ଘୋଷଣା କରାଯାଇଥିଲା। କଂଗ୍ରେସ ନେତାଙ୍କ ସହ ତମାମ ଆଲୋଚନା ପରେ ମହାମେଣ୍ଟ ତରଫରୁ ପ୍ରେସମିଟ୍ କରି ଏହି ଘୋଷଣା କରାଯାଇଛି ।

କଂଗ୍ରେସ ନେତା ଅଶୋକ ଗେହଲଟ ଏହି ଘୋଷଣା କରିଛନ୍ତି । ଅଶୋକ ଗେହଲଟ କହିଛନ୍ତି, ବିହାରରେ ମହାମେଣ୍ଟ ପୂରାପୂରି ଭାବେ ଏକଜୁଟ୍ ଅଛି । ଏଥିସହିତ ପୂରା ଶକ୍ତି ଲଗାଇ ନିର୍ବାଚନ ଲଢୁଛି। ମୁଖ୍ୟମନ୍ତ୍ରୀ ଚେହେରା ସମ୍ପର୍କରେ ସେ କହିଛନ୍ତି ଯେ, ସମସ୍ତଙ୍କର ରାୟ ନେବା ପରେ ଏହି ନିଷ୍ପତ୍ତି ନିଆଯାଇଛି ଯେ, ତେଜସ୍ୱୀ ଯାଦବ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ଚେହେରା ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’