Masthead

ଲକଡାଉନ ହଟାଇଲା ତେଲେଙ୍ଗାନା

ହାଇଦ୍ରାବାଦ(ବଡ଼ ଖବର ବ୍ୟୁରୋ): ସଂକ୍ରମଣ ମାମଲା ଏବେ କମୁଥିବା ଦେଖିବାକୁ ମିଳିଛି । ଯାହାକୁ ଦୃଷ୍ଟିରେ ରଖି ତେଲେଙ୍ଗାନା ସରକାର ନେଇଛନ୍ତି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ବଢ଼ୁଥିବା ସଂକ୍ରମଣକୁ ଦେଖି ରାଜ୍ୟ ସରକାର ଲକଡାଉନ ଘୋଷଣା କରିଥିଲେ । ବର୍ତ୍ତମାନ ତାହା ସମ୍ପୂର୍ଣ୍ଣ ହଟାଇ ଦେଇଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ତରଫରୁ କୁହାଯାଇଛି କି, ଚିକିତ୍ସା ଅଧିକାରୀଙ୍କ ଦ୍ୱାରା ମିଳିଥିବା ରିପୋର୍ଟ ଯାଂଚ କରିବା ପରେ ରାଜ୍ୟରେ ଲକଡାଉନ୍ କଟକଣା ସମ୍ପୂର୍ଣ୍ଣ ହଟାଇ ଦେବାକୁ ନିଷ୍ପତ୍ତି ନିଆଯାଇଛି । ଏହାସହ ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତଣାଧିନ ଥିବା ମଧ୍ୟ କୁହାଯାଇଛି । ଶୁକ୍ରବାର ଦିନ ତେଲେଙ୍ଗାନାରେ ୧,୪୧୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ ।

ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬,୧୦,୮୩୪ ରେ ପହଂଚିଛି । ଅନ୍ୟପଟେ ରାଜ୍ୟରେ କରୋନା ସଂକ୍ରମଣରେ ମୋଟ ୩,୫୪୬ ଜଣଙ୍କର ମୃତ୍ୟୁ ହୋଇଛି । କହିରଖୁ କି କରୋନାର ଦ୍ୱିତୀୟ ଲହର ବେଳେ ମାର୍ଚ୍ଚ ମାସରେ ଦେଶର ବିଭିନ୍ନ ରାଜ୍ୟ ସରକାରମାନେ ସେମାନଙ୍କ ରାଜ୍ୟର ସଂକ୍ରମଣକୁ ଦୃଷ୍ଟିରେ ରଖି କଟକଣା ଲଗାଇଥିଲେ । ଗତ ଗୋଟିଏ ସପ୍ତାହ ହେବ ଦେଶରେ କରୋନା ସଂକ୍ରମଣ ୧ ଲକ୍ଷ ତଳେ ରହୁଥିବାରୁ ଏବେ ବିଭିନ୍ନ ରାଜ୍ୟ ସରକାରମାନେ କରୋନା କଟକଣାରେ ଆଶିଂକ କୋହଳ କରୁଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା