Masthead

ବିଜେପିରେ ମିଶିଲେ ପ୍ରେମାନନ୍ଦ ଓ ରାଜେନ୍ଦ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିରେ ମିଶିଲେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ । ନିଜ ସମର୍ଥକଙ୍କ ଗହଣରେ ଆସି ଦଳୀୟ କାର୍ୟ୍ୟାଳୟରେ ବିଜେପିରେ ସାମିଲ ହେଲେ । ତେଲକୋଇରୁ ୨୦୦୯ ଓ ୨୦୧୯ରୁ ବିଧାୟକ ହୋଇଥିଲେ ପ୍ରେମାନନ୍ଦ ନାୟକ । ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ ପ୍ରେମାନନ୍ଦ ନାୟକ । ସେପଟେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ବି ବିଜେପିରେ ବିଧିବଦ୍ଧ ଭାବେ ଯୋଗ ହେଇଛନ୍ତି ।

ଗତ ଧାମନଗର ଉପ-ନିର୍ବାଚନ ବେଳେ ରାଜେନ୍ଦ୍ର ଦାସଙ୍କୁ ଟିକେଟ ନ ମିଳିବାରୁ ସ୍ୱାଧୀନ ଭାବେ ନିର୍ବାଚନ ଲଢିଥିଲେ । ଦଳ ବିରୋଧୀ କାମ ପାଇଁ ରାଜେନ୍ଦ୍ରଙ୍କୁ ବିଜେଡି ବହିଷ୍କାର କରିଥିଲା । ତେବେ ସାଧାରଣ ନିର୍ବାଚନ ପୂର୍ବରୁ ରାଜେନ୍ଦ୍ର ଏବେ ବିଜେପି କ୍ୟାମ୍ପରେ ଯୋଗ ଦେଇଛନ୍ତି । ଅନ୍ୟପଟେ ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’