ଡହଡହ ଖରାରେ କଲବଲ ହେବ ଓଡ଼ିଶା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଏଣିକି ବର୍ଷା ନୁହେଁ ହେବ ଖରା । ଆସନ୍ତା ୩ ଦିନ ଯାଏ ରାଜ୍ୟରେ ଲଗାତାର ବଢ଼ିବ ତାପମାତ୍ରା । ଅଧିକାଂଶ ସ୍ଥାନରେ ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଯାଏ ବୃଦ୍ଧି ପାଇବ ପାରା । କିଛି ସ୍ଥାନରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଖରା ସହିତ ଅପରାହ୍ନରେ କାଳବୈଶାଖୀ ବର୍ଷା ହେବ ।

ଏଥିପାଇଁ ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାର ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ଷା ସମୟରେ ଘଣ୍ଟାପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବ । ସେପଟେ ୧୧ରୁ ପାଗରେ ଆସିବ ପରିବର୍ତ୍ତନ । କାଳବୈଶାଖୀ ପ୍ରଭାବ କମିବା ସହିତ ପଶ୍ଚିମରୁ ଶୁଷ୍କ ଓ ଉତ୍ତପ୍ତ ବାୟୁ ପ୍ରଭାବିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!