Masthead

୧୬ରୁ ପୁଣି ବଢ଼ିବ ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୧୬ରୁ ପୁଣି ବଢ଼ିବ ତାପମାତ୍ରା । ୩୬-୩୭ ଡିଗ୍ରୀ ସେଲସିୟସ୍‌ ପହଞ୍ଚିପାରେ ବିଭିନ୍ନ ସ୍ଥାନର ଦିନ ତାପମାତ୍ରା । ସେପଟେ ଶୁକ୍ରବାର କମିବ ରାତି ତାପମାତ୍ରା । ଦିନ ତାପମାତ୍ରା ବି ଅଳ୍ପ ଖସିବ । ସାମୟିକ ଭାବେ ଗରମ ପ୍ରକୋପରୁ ସାମାନ୍ୟ ଆଶ୍ୱସ୍ତି ମିଳିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୪ ଓ ୧୫ ତାରିଖରେ ରାଜ୍ୟରେ ତାପମାତ୍ରା ସାମାନ୍ୟ କମିବ । ଗରମ ପ୍ରକୋପ ବି କମିବ । ହେଲେ ପାଣିପାଗ ବିଭାଗ ଅନୁସାରେ, ବର୍ତ୍ତମାନ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ସମ୍ଭାବନା ଅଛି ।

ଅନ୍ୟପଟେ ବୁଧବାର ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ୍‌ ଛୁଇଁଥିଲା । ଗୁରୁବାର ତାପମାତ୍ରା ୩୫ ଡିଗ୍ରୀ ପାଖାପାଖି ରହିଛି । ଚଳିତ ବର୍ଷ ପ୍ରଥମ ଥର ପାଇଁ ଭୁବନେଶ୍ୱରର ଦିନ ତାପମାତ୍ରା ୩୫ ଡିଗ୍ରୀ ଅତିକ୍ରମ କରି ୩୫.୪ ଡିଗ୍ରୀରେ ପହଞ୍ଚିଥିଲା । ଯାଜପୁର ତାପମାତ୍ରା ୩୫.୨, ବରଗଡ଼ ୩୫.୧, ଖୋର୍ଦ୍ଧା ୩୫, ଜଗତସିଂହପୁର ୩୫, ମାଲକାନଗିରି ୩୫, ଝାରସୁଗୁଡ଼ା ୩୫, ଢେଙ୍କାନାଳ ୩୪.୯ ଡିଗ୍ରୀ ଥିଲା । ହୀରାକୁଦ, ଛତ୍ରପୁର, ଟିଟିଲାଗଡ଼, ବଲାଙ୍ଗିର, ଭବାନୀପାଟଣାରେ ପାରଦ ୩୪ ଡିଗ୍ରୀ ଉପରେ ଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା