Masthead

ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ବଡ଼ ଅପରେସନ୍, ଏନ୍‌କାଉଣ୍ଟରରେ ୧୦ ମାଓବାଦୀ ମୃତ

ଛତିଶଗଡ଼(ବଡ଼ ଖବର ବ୍ୟୁରୋ): ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ବଡ଼ ଅପରେସନ୍ । ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୦ ମାଓବାଦୀ ମୃତ । ନୂଆପଡ଼ା ଜିଲ୍ଲା ସୀମାନ୍ତ ଛତିଶଗଡ଼ ଗରିଆବନ୍ଧରେ ଏନ୍‌କାଉଣ୍ଟର । କାଲି ଏନ୍‌କାଉଣ୍ଟରରେ ୨ ମହିଳା ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା । ଅପରେସନରେ ଓଡ଼ିଶା ଓ ଛତିଶଗଡ଼ ପୋଲିସ ସହ ସିଆପିଏଫ ସାମିଲ । ନୂଆପଡ଼ା ସୀମାନ୍ତ ଛତିଶଗଡ଼ ଗରିଆବନ୍ଧର ଏନ୍‌କାଉଣ୍ଟରରେ ସୁରକ୍ଷାକର୍ମୀ ଏବଂ ପୋଲିସକୁ ମିଳିଛି ଏହି ସଫଳତା । ଏବେବି ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି । ସୂଚନା ଅନୁଯାୟୀ, ନୂଆପଡ଼ା ସୀମାନ୍ତ ଛତିଶଗଡ଼ ଗରିଆବନ୍ଧରେ ଛତିଶଗଡ଼ ଏବଂ ଓଡିଶା ପୋଲିସ ପକ୍ଷରୁ ମିଳିତ କୁମ୍ବିଂ ଚାଲିଥିଲା । ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବାର ଗୁଇନ୍ଦା ସୂଚନା ପରେ ଉଭୟ ରାଜ୍ୟର ପୋଲିସ ଆକ୍ସନକୁ ଆସିଥିଲେ ।

ସୋମବାର ଜଙ୍ଗଲରେ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ମାଓବାଦୀମାନେ ଗୁଳିଚାଳନା କରିଥିଲେ । ଯାହାର ଦୃଢ ଜବାବ ଦେଇଥିଲେ ସୁରକ୍ଷାକର୍ମୀ । ଦୀର୍ଘ ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିଲା । ତେବେ ସୋମବାର ଦିନ ଦୁଇ ମାଓବାଦୀ ନିହତ ହୋଇଥିବା ବେଳେ ମଙ୍ଗଳବାର ଟଳିଥିଲେ ୧୦ ମାଓବାଦୀ । ପୋଲିସ ଏନ୍‌କାଉଣ୍ଟରରେ ୧୦ ମାଓବାଦୀ ନିହତ ହୋଇଛନ୍ତି । ଏହାସହ ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ମଧ୍ୟ ଜବତ ହୋଇଛି । ତେବେ ଜବତ ହୋଇଥିବା ସାମଗ୍ରୀ ମଧ୍ୟରେ ଆଇଇଡ଼ି, କିଛି ବନ୍ଧୁକ ଏବଂ ପୋଷାକ ରହିଥିବା ସୂଚନା ମିଳିଛି । ଏନ୍‌କାଉଣ୍ଟର ପରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିବା ଜଣାପଡିଛି । ହେଲେ ପୋଲିସ ପକ୍ଷରୁ ଏବେବି କୁମ୍ବିଂ ଅପରେସନ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା