Masthead

ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ବଡ଼ ଅପରେସନ୍, ଏନ୍‌କାଉଣ୍ଟରରେ ୧୦ ମାଓବାଦୀ ମୃତ

ଛତିଶଗଡ଼(ବଡ଼ ଖବର ବ୍ୟୁରୋ): ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ବଡ଼ ଅପରେସନ୍ । ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୦ ମାଓବାଦୀ ମୃତ । ନୂଆପଡ଼ା ଜିଲ୍ଲା ସୀମାନ୍ତ ଛତିଶଗଡ଼ ଗରିଆବନ୍ଧରେ ଏନ୍‌କାଉଣ୍ଟର । କାଲି ଏନ୍‌କାଉଣ୍ଟରରେ ୨ ମହିଳା ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା । ଅପରେସନରେ ଓଡ଼ିଶା ଓ ଛତିଶଗଡ଼ ପୋଲିସ ସହ ସିଆପିଏଫ ସାମିଲ । ନୂଆପଡ଼ା ସୀମାନ୍ତ ଛତିଶଗଡ଼ ଗରିଆବନ୍ଧର ଏନ୍‌କାଉଣ୍ଟରରେ ସୁରକ୍ଷାକର୍ମୀ ଏବଂ ପୋଲିସକୁ ମିଳିଛି ଏହି ସଫଳତା । ଏବେବି ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି । ସୂଚନା ଅନୁଯାୟୀ, ନୂଆପଡ଼ା ସୀମାନ୍ତ ଛତିଶଗଡ଼ ଗରିଆବନ୍ଧରେ ଛତିଶଗଡ଼ ଏବଂ ଓଡିଶା ପୋଲିସ ପକ୍ଷରୁ ମିଳିତ କୁମ୍ବିଂ ଚାଲିଥିଲା । ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବାର ଗୁଇନ୍ଦା ସୂଚନା ପରେ ଉଭୟ ରାଜ୍ୟର ପୋଲିସ ଆକ୍ସନକୁ ଆସିଥିଲେ ।

ସୋମବାର ଜଙ୍ଗଲରେ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ମାଓବାଦୀମାନେ ଗୁଳିଚାଳନା କରିଥିଲେ । ଯାହାର ଦୃଢ ଜବାବ ଦେଇଥିଲେ ସୁରକ୍ଷାକର୍ମୀ । ଦୀର୍ଘ ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିଲା । ତେବେ ସୋମବାର ଦିନ ଦୁଇ ମାଓବାଦୀ ନିହତ ହୋଇଥିବା ବେଳେ ମଙ୍ଗଳବାର ଟଳିଥିଲେ ୧୦ ମାଓବାଦୀ । ପୋଲିସ ଏନ୍‌କାଉଣ୍ଟରରେ ୧୦ ମାଓବାଦୀ ନିହତ ହୋଇଛନ୍ତି । ଏହାସହ ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ମଧ୍ୟ ଜବତ ହୋଇଛି । ତେବେ ଜବତ ହୋଇଥିବା ସାମଗ୍ରୀ ମଧ୍ୟରେ ଆଇଇଡ଼ି, କିଛି ବନ୍ଧୁକ ଏବଂ ପୋଷାକ ରହିଥିବା ସୂଚନା ମିଳିଛି । ଏନ୍‌କାଉଣ୍ଟର ପରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିବା ଜଣାପଡିଛି । ହେଲେ ପୋଲିସ ପକ୍ଷରୁ ଏବେବି କୁମ୍ବିଂ ଅପରେସନ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ