Masthead

ଭୟଙ୍କର ଦୁର୍ଘଟଣା, ୧୭ ମୃତ୍ୟୁ

ତେଲଙ୍ଗାନା (ବଡ଼ ଖବର ବ୍ୟୁରୋ):ସୋମବାର ସକାଳେ ତେଲେଙ୍ଗାନାରେ ଭୟଙ୍କର ସଡକ ଦୁର୍ଘଟଣା ଘଟିଛି। ଚେଭେଲା ମଣ୍ଡଳର ଖାନପୁର ଗେଟ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଅତି କମରେ ୧୭ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୦ ଜଣ ଆହତ ହୋଇଛନ୍ତି। ବସରେ ପ୍ରାୟ ୭୦ ଜଣ ଯାତ୍ରୀ ଥିଲେ। ରାସ୍ତାର ଭୁଲ ପାର୍ଶ୍ୱରେ ଯାଉଥିବା ଏକ ଦ୍ରୁତଗାମୀ ଟ୍ରକ୍ ତେଲେଙ୍ଗାନା ରାଜ୍ୟ ସଡ଼କ ପରିବହନ ନିଗମ (TGRTC)ର ଏକ ଯାତ୍ରୀବାହୀ ବସ୍‌କୁ ମୁହାଁମୁହିଁ ଧକ୍କା ଦେଇଥିଲା।  ଦୁର୍ଘଟଣା ଏତେ ଭୟଙ୍କର ଯେ ମୃତ୍ୟୁସଂଖ୍ୟା ବଢିବା ଆଶଙ୍କା କରାଯାଉଛି । ବସ୍‌ରେ ଅଧିକାଂଶ ଲୋକ ଅଫିସ୍‌ ଯାଉଥିବାବେଳେ ସେମାନଙ୍କ ମୃତ୍ୟୁ ହୋଇଛି । ଟ୍ରକ୍ ଡ୍ରାଇଭରଙ୍କ ଭୁଲ ପାଇଁ ଦୁର୍ଘଟଣା ଘଟିଥିବା ପ୍ରାରମ୍ଭିକ ରିପୋର୍ଟରେ କୁହାଯାଇଛି । ​​​​​​​

ରିପୋର୍ଟ ଅନୁଯାୟୀ, ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ପାଇଁ ଚେଭେଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଚେଭେଲା ନିକଟରେ ଡମ୍ପରଟି ତେଲେଙ୍ଗାନା ସଡ଼କ ପରିବହନ ନିଗମ (TGRTC) ବସ୍‌ ସହିତ ଧକ୍କା ହୋଇଥିଲା । ଫଳରେ ବସ୍ ଉପରେ ପଥର ପଡ଼ିଥିଲା । ଘଟଣା ସମ୍ପର୍କରେ ପୁଲିସ୍ କହିଛି ଯେ, ରଙ୍ଗାରେଡ୍ଡୀ ଜିଲ୍ଲାର ଚେଭେଲା ଥାନା ଅନ୍ତର୍ଗତ ଖାନପୁର ଗେଟ୍ ନିକଟରେ ବସ୍ ଏବଂ ଟ୍ରକ୍ ମଧ୍ୟରେ ଦୁର୍ଘଟଣା ଘଟିଛି । ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି ଯେ, ଦୁର୍ଘଟଣା ସ୍ଥଳରେ ହୃଦୟବିଦାରକ ଦୃଶ୍ୟ ଦେଖିବାକୁ ମିଳିଥିଲା ।

ଯାତ୍ରୀମାନେ ସାହାଯ୍ୟ ପାଇଁ ଚିତ୍କାର କରୁଥିଲେ ଏବଂ ସ୍ଥାନୀୟ ଲୋକମାନେ ସେମାନଙ୍କୁ ଉଦ୍ଧାର କରିବାକୁ ଧାଇଁ ଆସିଥିଲେ । ଭୁଲ ପାର୍ଶ୍ୱରୁ ଆସୁଥିବା ଟ୍ରକ୍ ବସ୍‌କୁ ଧକ୍କା ଦେବାରୁ ଦୁର୍ଘଟଣା ଘଟିଛି । ଫସି ରହିଥିବା ଲୋକଙ୍କୁ ବାହାର କରିବା ପାଇଁ ୩ଟି JCB ଏକ୍ସକାଭେଟର ବ୍ୟବହାର କରି ଉଦ୍ଧାରକାର୍ଯ୍ୟ କରାଯାଇଥିଲା ।​​​​​​​ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ । ତୁରନ୍ତ ଉଦ୍ଧାର ଏବଂ ରିଲିଫ୍ ପଦକ୍ଷେପ ସୁନିଶ୍ଚିତ କରିବାକୁ ମୁଖ୍ୟ ଶାସନ ସଚିବ କେ ରାମକୃଷ୍ଣ ରାଓ ଏବଂ ପୁଲିସ ମହାନିର୍ଦ୍ଦେଶକ ବି ଶିବଧର ରେଡ୍ଡୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆହତଙ୍କ ଉନ୍ନତ ଚିକିତ୍ସା ପାଇଁ ହାଇଦ୍ରାବାଦ ସ୍ଥାନାନ୍ତର କରିବାକୁ ଅଧିକାରୀମାନଙ୍କୁ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର 🔴 ଆଜିଠୁ ଜମିବ ଐତିହାସିକ ବାଲିଯାତ୍ରା 🔴 ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ଭୋରରୁ ବୋଇତ ବନ୍ଦାଣ କଲେ ଶ୍ରଦ୍ଧାଳୁ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର 🔴 ଆଜିଠୁ ଜମିବ ଐତିହାସିକ ବାଲିଯାତ୍ରା 🔴 ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ଭୋରରୁ ବୋଇତ ବନ୍ଦାଣ କଲେ ଶ୍ରଦ୍ଧାଳୁ