ଭୟଙ୍କର ଦୁର୍ଘଟଣା, ଗୋଟିଏ ପରିବାରରୁ ଆଖିବୁଜିଲେ ୬ ସଦସ୍ୟ

ଛତିଶଗଡ଼ (ବଡ଼ ଖବର ବ୍ୟୁରୋ): ଭୟଙ୍କର ଦୁର୍ଘଟଣା, ଗୋଟିଏ ପରିବାରରୁ ଆଖିବୁଜିଲେ ୬ ସଦସ୍ୟ । ଏଭଳି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ବାଲୋଦା ବଜାର ଜିଲା ପାଲାରିଠାରେ । ଟ୍ରକ୍‌-ପିକ୍‌ଅପ୍‌ ଧକ୍କା ହେବାରୁ ୬ ଜଣଙ୍କ ମୃତ୍ୟୁ ଘଟିଛି । ୧୦ରୁ ଅଧିକ ଆହତ ହୋଇଥିବା ସୁଚନା ମିଳିଛି । ଆହତମାନଙ୍କ ଚିକିତ୍ସା ପାଲାରିସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ବାଲୋଡାବଜାର ଜିଲା ଡାକ୍ତରଖାନାରେ ଚିକିତ୍ସା ଚାଲିଛି।

ମୃତକମାନେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି। ରବିବାର ରାତିରେ ଏହି ଦୁର୍ଘଟଣା ଘଟିଛି। ପିକ୍‌ଅପ୍‌ରେ ଗୋଟିଏ ପରିବାରର ୧୦ରୁ ଊର୍ଦ୍ଧ୍ୱ ଲୋକ ଯାଉଥିବାବେଳେ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଖବର ପାଇ ପାଲାରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ