Masthead

ହସ୍ପିଟାଲରେ ନିଆଁ ଲାଗି ୪ ମୃତ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ର ଥାନେର ଏକ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୪ ଜଣଙ୍କର ମୃତ୍ୟୁ ଘଟିଛି । ସର୍ଟ ସର୍କିଟରୁ ନିଆଁ ଲାଗିଥିବା ଜଣାପଡ଼ିଛି । ମୁମ୍ବାଇର କୈଶାରେ ଥିବା ପ୍ରାଇମ ହସ୍ପିଟାଲରେ ବିଳମ୍ବିତ ରାତିରେ ନିଆଁ ଲାଗିଥିଲା । ଚିକିତ୍ସିତ ହେଉଥିବା ୧୭ରୋଗୀଙ୍କ ମଧ୍ୟରୁ ୪ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଅନ୍ୟ ରୋଗୀମାନଙ୍କୁ ଅଲଗା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଅଗ୍ନିଶମ ବାହୀନି ପହଂଚି ନିଆଁକୁ ଆୟତ କରିଛି ।

ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଘଟଣାକୁ ନେଇ ଶୋକ ବ୍ୟକ୍ତ କରିଥିବାବେଳେ ୫ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ଏହି ଘଟଣାର ତଦନ୍ତ ପାଇଁ ଏକ କମିଟି ଗଠନ କରାଯାଇଛି । ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା