Masthead

ଔଷଧ ତିଆରୀ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ଗାଜିଆବାଦ (ବଡ଼ ଖବର ବ୍ୟୁରୋ): ଉତ୍ତର ପ୍ରଦେଶର ଗାଜିଆବାଦରେ ଥିବା ଔଷଧ ତିଆରି ଫ୍ୟାକ୍ଟ୍ରିରେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ । ଏଠାରେ ଅନେକ ଔଷଧ ବ୍ୟତୀତ ମାସ୍କ ଓ ପିପିଇ କିଟ ମଧ୍ୟ ପ୍ରସ୍ତୁତ କରାଯାଏ । ଏହି ଅଗ୍ନିକାଣ୍ଡରେ ଫ୍ୟାକ୍ଟ୍ରି ମଧ୍ୟରେ ୧୪ ଜଣ କର୍ମଚାରୀ ଫସି ଯାଇଥିଲେ। ଉଦ୍ଧାର କରାଯାଇ ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତ୍ତର ଥିବା ରହିଥିବା ଜଣାପଡ଼ିଛି। ସୂଚନା ଅନୁସାରେ , ଗୁରୁବାର ବିଳମ୍ବିତ ରାତିରେ ହଠାତ୍‌ ଫ୍ୟାକ୍ଟ୍ରିରେ ନିଆଁ ଲାଗି ଯାଇଥିଲା। ଖବର ପାଇ ୪ଟି ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। ଏଥିରେ ଥିବା ସମସ୍ତ କର୍ମଚାରୀଙ୍କୁ ଉଦ୍ଧାର କରି ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଏହି ଅଗ୍ନିକାଣ୍ଡ କେହି ପ୍ରାଣ ହରାଇନାହାନ୍ତି। କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା, ତାହା ଏବେ ସ୍ପଷ୍ଟ ଜଣାପଡ଼ିନାହିଁ। ଉଭୟ ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ଉପସ୍ଥିତ ରହି ତଦନ୍ତ ଆରମ୍ଭ କରିଛନ୍ତି। ଫ୍ୟାକ୍ଟ୍ରି ମଧ୍ୟରେ ଆଉ କିଏ କାଳେ ଫସି ରହିଥିବ, ସେଥିପାଇଁ ବି ସର୍ଚ୍ଚ ଅପରେସନ କରାଯାଉଛି ବୋଲି ପୁଲିସ୍‌ ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ