Masthead

ଔଷଧ ତିଆରୀ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ଗାଜିଆବାଦ (ବଡ଼ ଖବର ବ୍ୟୁରୋ): ଉତ୍ତର ପ୍ରଦେଶର ଗାଜିଆବାଦରେ ଥିବା ଔଷଧ ତିଆରି ଫ୍ୟାକ୍ଟ୍ରିରେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ । ଏଠାରେ ଅନେକ ଔଷଧ ବ୍ୟତୀତ ମାସ୍କ ଓ ପିପିଇ କିଟ ମଧ୍ୟ ପ୍ରସ୍ତୁତ କରାଯାଏ । ଏହି ଅଗ୍ନିକାଣ୍ଡରେ ଫ୍ୟାକ୍ଟ୍ରି ମଧ୍ୟରେ ୧୪ ଜଣ କର୍ମଚାରୀ ଫସି ଯାଇଥିଲେ। ଉଦ୍ଧାର କରାଯାଇ ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତ୍ତର ଥିବା ରହିଥିବା ଜଣାପଡ଼ିଛି। ସୂଚନା ଅନୁସାରେ , ଗୁରୁବାର ବିଳମ୍ବିତ ରାତିରେ ହଠାତ୍‌ ଫ୍ୟାକ୍ଟ୍ରିରେ ନିଆଁ ଲାଗି ଯାଇଥିଲା। ଖବର ପାଇ ୪ଟି ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। ଏଥିରେ ଥିବା ସମସ୍ତ କର୍ମଚାରୀଙ୍କୁ ଉଦ୍ଧାର କରି ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଏହି ଅଗ୍ନିକାଣ୍ଡ କେହି ପ୍ରାଣ ହରାଇନାହାନ୍ତି। କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା, ତାହା ଏବେ ସ୍ପଷ୍ଟ ଜଣାପଡ଼ିନାହିଁ। ଉଭୟ ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ଉପସ୍ଥିତ ରହି ତଦନ୍ତ ଆରମ୍ଭ କରିଛନ୍ତି। ଫ୍ୟାକ୍ଟ୍ରି ମଧ୍ୟରେ ଆଉ କିଏ କାଳେ ଫସି ରହିଥିବ, ସେଥିପାଇଁ ବି ସର୍ଚ୍ଚ ଅପରେସନ କରାଯାଉଛି ବୋଲି ପୁଲିସ୍‌ ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର