ଭୟଙ୍କର ଅଗ୍ନିକାଣ୍ଡରେ ଚାଲିଗଲା ୧୪ ଜୀବନ

କୋଲକାତା(ବଡ଼ ଖବର ବ୍ୟୁରୋ): କୋଲକାତାରେ ଭୟଙ୍କର ଅଗ୍ନିକାଣ୍ଡ । ହୋଟେଲରେ ନିଆଁ ଲାଗି ୧୪ ଜଣଙ୍କ ମୃତ୍ୟୁ । କୋଲକାତାର ମେଛୁଆପତି ଅଞ୍ଚଳରେ ଅଗ୍ନିକାଣ୍ଡ ଘଟିଛି। ରାତିରେ ରିତୁରାତ ହୋଟେଲ ନିଆଁ ଲାଗିଛି । ୧୪ ଟି ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଗୁରୁତର ଅବସ୍ଥାରେ ଅନେକ ଲୋକଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । କୋଲକାତା ପୋଲିସ କମିଶନର ମନୋଜ କୁମାର ବର୍ମା ଅଗ୍ନିକାଣ୍ଡ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି। କମିଶନର ମନୋଜ କୁମାର କହିଛନ୍ତି, ମଙ୍ଗଳବାର ରାତିରେ ଅଗ୍ନିକାଣ୍ଡ ଘଟିଥିଲା।

ଏପର୍ଯ୍ୟନ୍ତ ୧୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଆଁକୁ ନିୟନ୍ତ୍ରଣ କରାଯାଇଛି ଏବଂ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ନିଆଁ କିପରି ଲାଗିଲା ତାହା ଜାଣିବା ପାଇଁ ଅଧିକ ତଦନ୍ତ ଚାଲିଛି। ତଦନ୍ତ ପାଇଁ ଏକ ସ୍ୱତନ୍ତ୍ର ଦଳ ମଧ୍ୟ ଗଠନ କରାଯାଇଛି। ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣାପଡି ନାହିଁ। କୋଲକାତା ହୋଟେଲରେ ନିଆଁ ଏତେ ଭୟଙ୍କର ଥିଲା ଯେ, ଲୋକମାନେ ଜୀବନ ବଞ୍ଚାଇବା ପାଇଁ କୋଠାରୁ ଡେଇଁ ପଡ଼ିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’