Masthead

ଭଦ୍ରକରେ ଭୟାବହ ଅଗ୍ନିକାଣ୍ଡ

ଭଦ୍ରକ (ବଡ଼ ଖବର ବ୍ୟୁରୋ): ଅଗ୍ନିକାଣ୍ଡରେ ଜଳିଗଲା ୫ ଟି ପରିବାରର ୧୨ ବଖରା ଘର । ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି  ପାଉଁଶ ହୋଇଯାଇଛି । ଏଭଳି ଘଟଣା ଘଟିଛି ଭଦ୍ରକ ସହରାଞ୍ଚଳ ଚରମ୍ପା ବେଲମଳା ଗ୍ରାମରେ । ଗୁରୁବାର ବିଳମ୍ବିତ ରାତିରେ ପରିବାର ଲୋକ ଘରେ ଶୋଇଥିବା ଅବସ୍ଥାରେ ଅଗ୍ନିକାଣ୍ଡ ହୋଇଥିଲା। ନିଆଁ ଲାଗିବା ଦେଖି ପରିବାର ଲୋକ ନିଜ ଜୀବନ ବଞ୍ଚାଇବାକୁ ଯାଇ ଜୀବନ ବିକଳରେ ବାହାରକୁ ଦୌଡ଼ି ପଳାଇ ଆସିଥିଲେ।

ପରେ ନିଆଁକୁ ଆୟତ କରିବାକୁ ଯେତେ ଚେଷ୍ଟା କରିଥିଲେ ମଧ୍ୟ ନିଆଁ ଆୟତ୍ତ ହୋଇନଥିଲା। ପରେ ଭଦ୍ରକ ଅଗ୍ନିଶମ ବାହିନୀ ଖବର ପାଇ ନିଆଁକୁ ଆୟତ୍ତ କରିଥିଲେ। ୫ ପରିବାରର ଘର ସହ ଘରେଥିବା ସମସ୍ତ ଆସବାବପତ୍ର ସବୁ ଜଳି ପୋଡି ଯାଇଥିଲା । ସରକାରୀ ସହାୟତା ପାଇବ ପାଇଁ ଅନୁରୋଧ କରିଛନ୍ତି ପରିବାର ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା