ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତି ପାଉଁଶ

ଉଦଳା (ବଡ଼ ଖବର ବ୍ୟୁରୋ): ଭୟାବହ ଅଗ୍ନିକାଣ୍ଡ ଘଟି ଆଖି ପିଛୁଳାକେ ଜଳିପୋଡି ନଷ୍ଟ ହୋଇଗଲା ଲକ୍ଷ୍ୟାଧିକ ଟଙ୍କାର ସାମଗ୍ରୀ । ଏଭଳି ଘଟଣା ଘଟିଛି ଉଦଳା ଥାନା ଅଂଚଳରେ । ୩ ନଂ ୱାର୍ଡରେ ଦିଲ୍ଲୀପ କଲିଆଙ୍କ ପତଞ୍ଜଳି ସାମଗ୍ରୀର ଗୋଦାମ ରହିଥିଲା । ଗୁରୁବାର ବିଳମ୍ବିତ ରାତିରେ ଗୋଦାମରେ ଅଗ୍ନିକାଣ୍ଡ ଘଟି ସମସ୍ତ ଜିନିଷ ନଷ୍ଟ ହୋଇଯାଇଛି । ନିଆଁ ଏବଂ ଧୂଆଁ ଗୋଦାମ ବାହାରକୁ ବାହାରିବା ପରେ ସ୍ଥାନୀୟଲୋକେ ଘଟଣା ବାବଦରେ ଜାଣିବାକୁ ପାଇଥିଲେ ।

ଉଦଳା ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିବାକୁ ନାକେଦମ ହୋଇଥିଲା । ଦେଢ ଘଣ୍ଟାର ଚେଷ୍ଟା ପରେ ଅଗ୍ନିଶମ ବିଭାଗ ନିଆଁକୁ ଆୟତ କରିବାରେ ସକ୍ଷମ ହୋଇଥିଲା । ନିଆଁର ଭୟାବହତା ଏତେ ତୀବ୍ର ଥିଲା ଯେ ନିମିଷକେ ପୁରା ଗୋଦାମରେ ନିଆଁ ବ୍ୟାପିଯାଇଥିଲା । ନିଆଁ ଗୋଦାମରେ ବ୍ୟାପିଯିବା ଫଳରେ ଗୋଦାମରେ ଥିବା ପାଖାପାଖି ୬୦ ଲକ୍ଷରୁ ଅଧିକ ଟଙ୍କାର ସମ୍ପତି ଜଳି ପାଉଁଶ ହୋଇଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ଜଣାପଡି ନଥିବା ବେଳେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବାର ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’