Masthead

ଭୟଙ୍କର ବିମାନ ଦୁର୍ଘଟଣା, ୧୬ ମୃତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭୟଙ୍କର ବିମାନ ଦୁର୍ଘଟଣା । ଋଷର ଟାଟାରଷ୍ଟନ୍‌ ଅଞ୍ଚଳରେ ଏହି ବିମାନ ଦୁର୍ଘଟଣା ଘଟିଛି । ‘L-410 ଟର୍ବୋଲେଟ୍‌’ ନାମକ ବିମାନର ଯାନ୍ତ୍ରିକ ତୃଟି କାରଣରୁ ଭାରସାମ୍ୟ ହରାଇ ଖସିପଡିବା ଫଳରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି । ଏଥିରେ ଗୁରୁତର ହୋଇଥିବା ହୋଇଥିବା ଲୋକମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେହିଭଳି ମୃତକଙ୍କ ପରିଚୟ ମଧ୍ୟ ଅସ୍ପଷ୍ଟ ରହିଛି ।

ଋଷ ମିଡିଆ RIA ନ୍ୟୁଜ୍‌ ମୁତାବକ ବିମାନଟି ପ୍ରାୟ ୨୩ ଜଣଙ୍କୁ ଧରି ଯାତ୍ରା କରୁଥିବାବେଳେ ଦୁର୍ଘଟଣା ହୋଇଥିବା ନେଇ ଜଣାଇଛି ।  ବିମାନଟି କିଛି ପାରାଚ୍ୟୁଟ୍‌ ଜମ୍ପରଙ୍କୁ ନେଇ ଯାଉଥିଲା । ଋଷର ଜରୁରୀକାଳୀନ ମନ୍ତ୍ରାଳୟ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି ଯେ, ଭାରସାମ୍ୟ ହରାଇ ‘L-410 ଟର୍ବୋଲେଟ୍‌’ ନାମକ ବିମାନ ଖସିପଡିଥିଲା । ଯେଉଁଥିରେ ୧୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି । ‘L-410 ଟର୍ବୋଲେଟ୍‌’ ଏକ ଡବଲ ଇଞ୍ଜିନ୍‌ ସ୍ବଳ୍ପ ଦୂରଗାମୀ ପରିବହନ ବିମାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା