Masthead

ଭୟଙ୍କର ବିମାନ ଦୁର୍ଘଟଣା, ୧୬ ମୃତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭୟଙ୍କର ବିମାନ ଦୁର୍ଘଟଣା । ଋଷର ଟାଟାରଷ୍ଟନ୍‌ ଅଞ୍ଚଳରେ ଏହି ବିମାନ ଦୁର୍ଘଟଣା ଘଟିଛି । ‘L-410 ଟର୍ବୋଲେଟ୍‌’ ନାମକ ବିମାନର ଯାନ୍ତ୍ରିକ ତୃଟି କାରଣରୁ ଭାରସାମ୍ୟ ହରାଇ ଖସିପଡିବା ଫଳରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି । ଏଥିରେ ଗୁରୁତର ହୋଇଥିବା ହୋଇଥିବା ଲୋକମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେହିଭଳି ମୃତକଙ୍କ ପରିଚୟ ମଧ୍ୟ ଅସ୍ପଷ୍ଟ ରହିଛି ।

ଋଷ ମିଡିଆ RIA ନ୍ୟୁଜ୍‌ ମୁତାବକ ବିମାନଟି ପ୍ରାୟ ୨୩ ଜଣଙ୍କୁ ଧରି ଯାତ୍ରା କରୁଥିବାବେଳେ ଦୁର୍ଘଟଣା ହୋଇଥିବା ନେଇ ଜଣାଇଛି ।  ବିମାନଟି କିଛି ପାରାଚ୍ୟୁଟ୍‌ ଜମ୍ପରଙ୍କୁ ନେଇ ଯାଉଥିଲା । ଋଷର ଜରୁରୀକାଳୀନ ମନ୍ତ୍ରାଳୟ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି ଯେ, ଭାରସାମ୍ୟ ହରାଇ ‘L-410 ଟର୍ବୋଲେଟ୍‌’ ନାମକ ବିମାନ ଖସିପଡିଥିଲା । ଯେଉଁଥିରେ ୧୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି । ‘L-410 ଟର୍ବୋଲେଟ୍‌’ ଏକ ଡବଲ ଇଞ୍ଜିନ୍‌ ସ୍ବଳ୍ପ ଦୂରଗାମୀ ପରିବହନ ବିମାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’