Masthead

ରୁଷରେ ଆତଙ୍କୀ ହମଲା, ୬୦ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରୁଷ ରାଜଧାନୀ ମସ୍କୋରେ ଆତଙ୍କୀ ହମଲା । ମସ୍କୋର ଏକ କନସର୍ଟ ହଲରେ ଆଖିବୁଜା ଗୁଳିମାଡ଼ଳ ଗୁଳିମାଡ଼ରେ ୬୦ ମୃତ, ୧୪୫ରୁ ଅଧିକ ଗୁରୁତର । ଏକ ସପିଂ ମଲରେ ଆତଙ୍କବାଦୀ ଆକ୍ରମଣ ହୋଇଛି । ୟୁନିଫର୍ମ ପିନ୍ଧିଥିବା ଆକ୍ରମଣକାରୀମାନେ ଆଖିବୁଜା ଗୁଳି ଚଳାଇଥିଲେ । ୫ ଜଣ ଅଜଣା ଆତତାୟୀ ଆସି ଏଭଳି କାଣ୍ଡ ଘଟାଇଥିବା ଜଣାପଡିଛି । ଆହତମାନଙ୍କୁ ସଙ୍ଗେ ସଙ୍ଗେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।

ମିଳିଥିବା ସୂଚନା ଅନୁଯାୟୀ ଆକ୍ରମଣକାରୀମାନେ କ୍ରୋକସ୍ ସିଟି ହଲ୍ ଉପରକୁ ଗ୍ରେନେଡ୍ ଫିଙ୍ଗିଥିଲେ, ଯାହା ଫଳରେ ମଲ୍ ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ମଲ୍ ରେ ଏବେ ବି ଶହ ଶହ ଲୋକ ଫସି ରହିଥିବା ଆଶଙ୍କା କରାଯାଉଛି । ଉଦ୍ଧାର କାର୍ଯ୍ୟ ଜାରି ରହିଛି । ତେବେ ଆତତାୟୀଙ୍କ ସମ୍ପର୍କରେ ଏଯାଏଁ କୌଣସି ସୂଚନା ମିଳିପାରିନାହିଁ । ଏହା ଆତଙ୍କବାଦୀଙ୍କ କାର୍ୟ୍ୟ ବୋଲି ଅନୁମାନ କରାଯାଉଥିବା ବେଳେ ଆତଙ୍କବାଦୀ ସଂଗଠନ ଆଇଏସ୍ ଏହି ଗୁଳିକାଣ୍ଡ ପାଇଁ ନିଜକୁ ଦାୟୀ କରିଛି ।

ସେପଟେ ଏହି ଘଟଣା ପରେ ମସ୍କୋ ବିମାନ ବନ୍ଦରରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ତେବେ କେଉଁ କାରଣ ପାଇଁ ଆତଙ୍କବାଦୀ ସଙ୍ଗଠନ ଏପରି କାର୍ଯ୍ୟ କରିଛି ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ପଷ୍ଟ । ଏହି ଆକ୍ରମଣକୁ ନେଇ ପୂରା ଋଷବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା